Posted inରାଜ୍ୟ

ଛବିରାଣୀ, ଅଞ୍ଜନା ମିଶ୍ର ଘଟଣା ଉଠାଇଲେଣି ନନା, ଓଡ଼ିଶା ବନ୍ଦ ଡାକରକୁ ନେଇ କହିଲେ…

ଭୁବନେଶ୍ୱର,୧୫।୭: ବାଲେଶ୍ବର ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଉଦ୍ୟମ କରିବାର ୩ ଦିନ ପରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏବେ ଏହାକୁ ନେଇ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିବା ବେଳେ ଅନ୍ୟପଟେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇ ଗଲାଣି। ସୌମ୍ୟାଶ୍ରୀଙ୍କ ମୃତ୍ୟୁ ପରେ କଂଗ୍ରେସ ପକ୍ଷରୁ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଓଡ଼ିଶା ବନ୍ଦ ଡାକରାକୁ ଏମପି ପ୍ରତାପ ଷଡ଼ଙ୍ଗୀ ସମାଲୋଚନା କରିଛନ୍ତି। ସେ କହିଛନ୍ତି ଏବେ କଂଗ୍ରେସର ଅସ୍ତିତ୍ୱ ହଜି ଯାଇଥିବା ବେଳେ ଏବେ ଏହି ଘଟଣା ଯେମିତି ଦଳକୁ ଅକ୍ସିଜେନ ଯୋଗାଇ ଦେଇଛି। ଷଡଙ୍ଗୀ କହିଛନ୍ତି କଂଗ୍ରେସ ସମୟରେ ଛବିରାଣୀ ହତ୍ୟାକାଣ୍ଡ, ଅଞ୍ଜନା ମିଶ୍ର ବଳାତ୍କାର ଘଟଣା ଭଳି ଅନେକ ଘଟଣା ଘଟଛି। ଏବେ ଏମାନେ ଗଣମାଧ୍ୟମ ସାମ୍ନାରେ ଖାଲି ଡ୍ରାମା କରୁଛନ୍ତି। ମୃତ ଦେହକୁ ନେଇ ଆଉ କେତେ ରାଜନୀତି କରିବେ ବୋଲି ପ୍ରଶ୍ନ କରିଛନ୍ତି ଏମପି ପ୍ରତାପ ଷଡଙ୍ଗୀ। ସେ ଆହୁରି ମଧ୍ୟ କହିଛନ୍ତି ବିଜେଡି ସମୟରେ ଇତିଶ୍ରୀ, ବେବିନା, ପରୀ, ସଂଧ୍ୟାରାଣୀ ହତ୍ୟାକାଣ୍ଡ ଘଟିଥିଲା। ତେଣୁ ଏଭଳି ସମ୍ବେଦନଶୀଳ ଘଟଣାକୁ ନେଇ ରାଜନୀତି କରିବା ଆଦୌ ଠିକ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ପିଓକେ ହତ୍ୟାକାଣ୍ଡକୁ ନେଇ ବ୍ରିଟେନ୍‌ରେ ବିକ୍ଷୋଭ

ଲଣ୍ଡନ,୧୦ା୬: ପାକ୍‌ ଅଧିକୃତ କଶ୍ମୀର (ପିଓକେ)ର ଏକ ଅନ୍ତ୍ୟେଷ୍ଟିକ୍ର୍ରିୟା ବେଳେ ପୋଲିସ ଗୁଳିରେ ଅନୂ୍ୟନ ୧୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଏହାକୁ ନିନ୍ଦାକରି ବ୍ରିଟେନରେ ବିକ୍ଷୋଭ କରାଯାଇଛି।…

ଡିମେନ୍‌ସିଆ ଥିବା ଲୋକଙ୍କଠାରେ ଭିଟାମିନ ଅଭାବ

ନୂଆଦିଲ୍ଲୀ,୧୦।୬(ପିଟି):ସାଧାରଣ ଲୋକଙ୍କ ଅପେକ୍ଷା ସ୍ମୃତିଶକ୍ତି ହ୍ରାସ(ଡିମେନ୍‌ସିଆ) ରୋଗର ସମ୍ଭାବନା ଅଧିକ ଥିବା ଲୋକଙ୍କ ଠାରେ ଭିଟାମିନ ଅଭାବ ଅଧିକ ଦେଖାଯାଇଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ତେଲଙ୍ଗାନାର…

ଭିଜିଲାନ୍ସ ଜାଲରେ ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ

ଭୁବନେଶ୍ୱର,୧୦ା୬(ତ୍ରିନାଥ ମହାନ୍ତି): ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱରସ୍ଥିତ ଓଡ଼ିଶା ଫାର୍ମାସି କାଉନ୍‌ସିଲ୍‌ର ସିନିୟର ଆସିଷ୍ଟାଣ୍ଟ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଓ ତାଙ୍କ…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri