ଛାଡପତ୍ର ଚର୍ଚ୍ଚା ଭିତରେ ନଣନ୍ଦ ଶ୍ୱେତା ବଚ୍ଚନଙ୍କ ଭିଡିଓ ଭାଇରାଲ, କହିଲେ ଐଶ୍ୟର୍ଯ୍ୟା…

ମୁମ୍ବାଇ: କିଛିଦିନ ଧରି ଲାଇମ ଲାଇଟ୍‌ରେ ରହି ଆସୁଛନ୍ତି ବଚ୍ଚନ ପରିବାର। ବଲିଉଡ ହିଟ୍‌ କପୁଲ ଅଭିଷେକ ବଚ୍ଚନ ଓ ଐଶ୍ୱର୍ଯ୍ୟା ରାୟଙ୍କ ଭିତରେ ଛାଡପତ୍ର ନେଇ ବିଭିନ୍ନ ଆଲୋଚନା ହେଉଛି। ତେବେ ଏହି ବିବାଦ ଚର୍ଚ୍ଚା ମଧ୍ୟରେ ଶ୍ୱେତା ବଚ୍ଚନ ଏପରି କିଛି ବୟାନ ଦେଇଛନ୍ତି ଯାହା ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି।

ଅଭିଷେକ ବଚ୍ଚନ ଏବଂ ତାଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟା ଅଭିନୟ ଜଗତରେ ସୁପରହିଟ୍‌ ଯୋଡି ଅଟନ୍ତି। ବର୍ତ୍ତମାନ ଉଭୟଙ୍କ ଛାଡପତ୍ର ଖବର ହେତୁ ସେମାନେ ହେଡଲାଇନରେ ଅଛନ୍ତି।
ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ଅଭିଷେକ ବଚ୍ଚନଙ୍କ ଏକ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ କରଣ ଜୋହର ଅଭିଷେକଙ୍କୁ ଏକ ପ୍ରଶ୍ନ ପଚାରିଥିଲେ, କିନ୍ତୁ ସେଠାରେ ଉପସ୍ଥିତ ଥିବା ଶ୍ୱେତା ବଚ୍ଚନ ନିଜ ଭାଇଙ୍କୁ ରୋକି ଏପରି କିଛି କହିଥିଲେ ଯାହାର ଭିଡିଓ ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

କରଣ ଅଭିଷେକଙ୍କୁ ପଚାରିଛନ୍ତି, ସେ ଘରେ କାହାକୁ ଅଧିକ ଭୟ କରନ୍ତି । ତେବେ ଏହାର ଉତ୍ତର ରଖି ଅଭି କହୁଛନ୍ତି, ମାଆ ଜୟା ବଚ୍ଚନଙ୍କୁ। କିନ୍ତୁ ଏହି ସମୟରେ ଶ୍ୱେତା ଏଥିରେ ହସ୍ତକ୍ଷେପ କରି କହୁଛନ୍ତି, ନା ନା ସେ ଐଶ୍ୱର୍ଯ୍ୟାଙ୍କୁ ଅଧିକ ଭୟ କରନ୍ତି। ଏହାପର ଅଭିଷେକ ଶ୍ୱେତାଙ୍କ ଆଡକୁ ଚାହିଁ କହୁଛନ୍ତି, ମୋତେ ପ୍ରଶ୍ନ ପଚରା ଯାଇଛି , ତୁମେ ଚୁପ ରୁହ।

ଏଥିସହ ଏହି ବାର୍ତ୍ତାଳାପରେ କରଣ ଜୋହର ଶ୍ୱେତା ବଚ୍ଚନଙ୍କୁ ପଚାରିଥିଲେ, ଭାଇ ଓ ଭାଉଜ ଐଶ୍ୱର୍ଯ୍ୟାଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ଅଭିନେତା? ତେବେ ଶ୍ୱେତା ଐଶ୍ୱର୍ଯ୍ୟାଙ୍କୁ ଅଣଦେଖା କରି କହିଛନ୍ତି, ଅଭିଷେକ ବଚ୍ଚନ ହେଉଛନ୍ତି ଶ୍ରେଷ୍ଠ ଅଭିନେତା।


Enter your email to get our daily news in your inbox.

All Right Reserved By Dharitri.Com

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?