ଗୋପାଳ ସମାଜର ନନ୍ଦ ମହୋତ୍ସବ

ପୁରୁଷୋତ୍ତମପୁର,୭।୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହି ଜଗନ୍ନାଥ ମନ୍ଦିର ପରିସରରେ ଷୋଳଖଣ୍ଡ ଗୋପାଳ ସମାଜର ପୂର୍ବଖଣ୍ଡ ତାଲୁକା ପକ୍ଷରୁ ଗୁରୁବାର ନନ୍ଦ ମହୋତ୍ସବ ମହାସମାରୋହରେ ପାଳିତ ହୋଇଛି। ଗୋପାଳ ସମାଜର ପରମ୍ପରା ସହ ଭାଇଚାରା ସୃଷ୍ଟି ମହୋତ୍ସବର ମୁଖ୍ୟ ଉଦ୍ଦେଶ୍ୟ ରହିଥିଲା।

ଏହି ଅବସରରେ ଗୋପାଳ ସମାଜର ମହିଳାମାନେ ପବିତ୍ର ଋଷିକୁଲ୍ୟା ନଦୀରୁ କଳସରେ ପାଣି ଆଣି ଏକ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଉତ୍ସବସ୍ଥଳରେ କଳସ ପ୍ରତିଷ୍ଠା କରିଥିଲେ। ଏହି ଅବସରରେ କୁନି କୁନି ଶିଶୁଙ୍କୁ ଶ୍ରୀକୃଷ୍ଣଙ୍କ ବେଶରେ ସଜ୍ଜିତ କରି ପରମ୍ପରା ଅନୁସାରେ ଦହିହାଣ୍ଡି ଭଙ୍ଗାଯାଇଥିଲା। ଏପରିକି କୃଷ୍ଣଙ୍କ ବିଭିନ୍ନ ଲୀଳାକୁ ଅତି ସୁନ୍ଦର ଭାବେ ନୃତ୍ୟ ମାଧ୍ୟମରେ ଅଭିନୟ କରି ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ବିଭିନ୍ନ ବାର୍ତ୍ତା ଦିଆଯାଇଥିଲା।

ସଭାପତି ଶିବରାମ ଗୌଡ଼ଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଆସିକା ଏମ୍‌ପି ପ୍ରମିଳା ବିଷୋଇ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଏନ୍‌ଏସି ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ଼, ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ନଗରପାଳ ବାସୁଦେବ ମହାପାତ୍ର ଯୋଗ ଦେଇ ଏଭଳି ପରମ୍ପରା ବଜାୟ ରହିବା ସହ ଭାଇଚାରା ରହିବା ଲାଗି ପରାମର୍ଶ ଦେଇଥିଲେ। ଏପରିକି ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଗୋପାଳ ସମ୍ପ୍ରଦାୟର ୫୨ଜଣ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ପ୍ରାୟ ୧୦ ହଜାରରୁ ଊର୍ଦ୍ଧ୍ୱ ଗୋପାଳ ସମାଜର ମହିଳା, ପୁରୁଷ ଯୋଗଦେଇ ଏକତ୍ର ଧାଡିରେ ବସି ଖାଇଥିଲେ। ମୁନା ଗୌଡ଼, ବୁଲୁ ଗୌଡ଼, ଅରୁଣ କୁମାର ଗୌଡ଼, ସୁରେନ୍ଦ୍ର ଗୌଡ଼, ବାବୁ ଗୌଡ଼ ପର୍ଶୁରାମ ଗୌଡ଼ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri