ଆଖିବୁଜିଲେ ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା: ଖେଳିଗଲା ଶୋକର ଲହରୀ

ବରଗଡ଼,୨୯।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଗୁରୁବାର ଭୋରରୁ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପ୍ରଚାରିତ ହେବାପରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ସ୍ବର୍ଗତ ପୋଢ ଦୀର୍ଘବର୍ଷ ଧରି ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିଲେ।

 

Dharitri – Odisha’s No.1 Odia Daily

 

Share