ନନ୍ଦନକାନନ ପାଳିଲା ବ୍ୟାଘ୍ର ଦିବସ

ବାରଙ୍ଗ,୩୦।୭(ଡି.ଏନ.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବୁଧବାର ଅନ୍‌ଲାଇନ ମାଧ୍ୟମରେ ଆନ୍ତର୍ଜାତିକ ବ୍ୟାଘ୍ର ଦିବସ ପାଳନ କରିଛି। କରୋନା ଲାଗି ନନ୍ଦନକାନନ ବନ୍ଦ ଥିବାବେଳେ ବ୍ୟାଘ୍ର ସଂରକ୍ଷଣର ବାର୍ତ୍ତା ଅନଲାଇନରେ ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ। ଏହାସହ ବ୍ୟାଘ୍ର ସଂରକ୍ଷଣକୁ ନେଇ ଅନ୍‌ଲାଇନରେ ଏକ କୁଇଜ୍‌ ପ୍ରତିଯୋଗିତା ହୋଇଥିଲା। ନନ୍ଦନକାନନର ଓ୍ବେସାଇଟରେ ଉପଲବ୍ଧ ୨୦ଟି ପ୍ରଶ୍ନର ୭୫ଭାଗ ଠିକ୍‌ ଦେଇଥିବା ଉତ୍ତରଦାତାକୁ ଇ-ମେରିଟ୍‌ ସାର୍ଟିଫିକେଟ ପ୍ରଦାନ କରାଯିବ ବୋଲି କୁହାଯାଇଛି। ଗୋଟିଏ ବନ୍ୟ ବାଘୁଣି ଚନ୍ଦକା ଜଙ୍ଗଲରୁ ସାଥିଟିଏ ପାଇଁ ବାଘ ପ୍ରକୋଷ୍ଠକୁ ଲମ୍ପ ପ୍ରଦାନ କରି ୪-୦୧-୧୯୬୭ଠାରୁ ୨୧-୦୭-୧୯୭୮ ମରିବା ପର୍ଯ୍ୟନ୍ତ ନନ୍ଦନକାନନରେ କଟାଇବାକୁ ପଡ଼ିଥିଲା। ଏହାର ନାମ କାନନ ରଖାଯାଇଥିଲା। ସେହିପରି ୨୦୧୩ ଏପ୍ରିଲ ୨୯ତାରିଖରେ ନନ୍ଦନକାନନକୁ ଏକ ଜଙ୍ଗଲୀ ବାଘ ପ୍ରବେଶ କରିବା ଦ୍ୱାରା ତା’ର ନାମ ନନ୍ଦନ ରଖାଯାଇଥିଲା। ଏକ ନୂତନ ରକ୍ତର ବଂଶ ସୃଷ୍ଟି ଉଦ୍ଦେଶ୍ୟ ନେଇ ନନ୍ଦନ ସହ ନନ୍ଦନକାନନରେ ଜନ୍ମିତ ବାଘୁଣୀ ମେଘାର ମିଳନ ହୋଇଥିଲା। ୨୦୧୬ ଏପ୍ରିଲ ୨୦ରେ ଏମାନଙ୍କ ମିଳନରୁ ଦୁଇଟି ସାଧାରଣ ବାଘ ଜନ୍ମ ହୋଇଥିଲା। ଯାହା ନନ୍ଦନକାନନ ପାଇଁ ଗର୍ବ ଓ ଗୌରବ ସାଜିଥିବା ଘଟଣାକୁ ପିସିସିଏଫ ସନ୍ଦିପ ତ୍ରିପାଠୀ ଟୁଇଟ୍‌ ଯୋଗେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ଏସ୍‌ପି: ଭିତ୍ତିଭୂମି ସମ୍ପର୍କରେ କର୍ତ୍ତୃପକ୍ଷଙ୍କ ସହ….

ଦାରିଙ୍ଗବାଡ଼ି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୋମବାର କନ୍ଧମାଳ ଏସ୍‌ପି ରମେନ୍ଦ୍ର ପ୍ରସାଦ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି। ଏସ୍‌ପିଙ୍କୁ…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

୫ ଓ ୬ରେ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ: ପଞ୍ଚାୟତ ନିର୍ବାଚନ ପାଇଁ ହେବ ରୋଡ୍‌ମ୍ୟାପ୍‌

ଭୁବନେଶ୍ବର,୩୧।୮: ସେପ୍ଟେମ୍ବର ୫ ଓ ୬ ତାରିଖରେ ରାଜ୍ୟ ଭାଜପାର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ଚଳିତଥର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଢେଙ୍କାନାଳରେ ହେବା ନେଇ…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri