ରାତିରେ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର,(ଅସମାପିକା ସାହୁ)/ ବାରଙ୍ଗ,୨୪।୮(ଲିଙ୍ଗରାଜ ରାଉତ)ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକଙ୍କ ପାଇଁ ରାତିରେ ନନ୍ଦନକାନନ ଖୋଲିବାକୁ ନେଇ ଯୋଜନା କରିଛନ୍ତି। ବର୍ତ୍ତମାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଖୋଲା ରହୁଛି। କିନ୍ତୁ ଖୁବ୍‌ଶୀଘ୍ର ରାତିରେ ବି ନନ୍ଦନକାନନ ବୁଲିବାର ମଜା ଉଠାପାରିବେ ପର୍ଯ୍ୟଟକ। ଏ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ପକ୍ଷରୁ ଜାତୀୟ ଚିଡ଼ିଆଖାନା ପ୍ରାଧିକରଣ (ସିଜେଡ୍‌ଏ)ଙ୍କ ନିକଟରେ ପ୍ରସ୍ତାବ ରଖାଯାଇଛି। ନିକଟରେ ଏଭଳି କିଛି ନୂଆ ବ୍ୟବସ୍ଥାକୁ ନେଇ ନନ୍ଦନକାନନ ମାଷ୍ଟରପ୍ଲାନ ଦାଖଲ କରିଛି। ଆସନ୍ତା (୨୦୨୦-୪୦)୨୦ବର୍ଷ ପାଇଁ ଏହି ପ୍ରସ୍ତାବ ଦିଆଯାଇଛି। ସନ୍ଧ୍ୟା ୬ରୁ ୭ କିମ୍ବା ୭ରୁ ୮ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବାର ବ୍ୟବସ୍ଥା କରାଯିବା ନେଇ ଚିନ୍ତା କରାଯାଉଛି। ମାଷ୍ଟରପ୍ଲାନରେ ନନ୍ଦନକାନନ କଳେବର ବୃଦ୍ଧି ପାଇଁ ବି ପ୍ରସ୍ତାବ ରହିଛି। ପ୍ରାଥମିକ ପର୍ଯ୍ୟାୟରେ ନନ୍ଦନକାନନର ପରିସୀମାକୁ ବୃଦ୍ଧିକରିବା ପାଇଁ ଚୂଡ଼ଙ୍ଗ ଓ କୃଷ୍ଣନଗର ଅଞ୍ଚଳକୁ ସାମିଲ କରାଯାଇ ନନ୍ଦନକାନନର ସମୁଦାୟ ପରିସୀମାକୁ ୧,୦୪୩ ହେକ୍ଟର ପରିମିତ ଜାଗାକୁ ବୃଦ୍ଧି ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ହେଲେ ଚୂଡ଼ଙ୍ଗ ଓ କୃଷ୍ଣନଗର ଗ୍ରାମବାସୀଙ୍କ ବିରୋଧ ଯୋଗୁ ଜାଗା ଅକ୍ତିଆର କରିବା ପ୍ରକ୍ରିୟା ସାମୟିକଭାବେ ବନ୍ଦ ରହିଛି। ଏହି ଜାଗା ନନ୍ଦନକାନନରେ ମିଶିଯିବା ପରେ ନାଇଟ୍‌ ସଫାରି କରିବା ପାଇଁ ନନ୍ଦନକାନନ ପକ୍ଷରୁ ଯୋଜନା କରାଯାଇଛି। ରାତ୍ରିଚର ଜୀବଙ୍କୁ ଦେଖିବାକୁ ନକ୍ଚରାଲ ଡ୍ରିଲ ସଫାରି ବ୍ୟବସ୍ଥା ମଧ୍ୟ କରାଯିବାର ଯୋଜନା କରାଯାଉଛି। ତେବେ ମନୋନୀତ ଲୋକ କେବଳ ରାତ୍ରିଚର ଜୀବଙ୍କୁ ଦେଖିବା ପାଇଁ ଯାଇପାରିବେ। ଫିଲ୍ମ ମଧ୍ୟ ପ୍ରଦର୍ଶିତ ହେବ। ଏ ନେଇ ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶୀଲ କୁମାର ପୋପଲି କହିଛନ୍ତି, ଶିକ୍ଷାଗତ ସଚେତନତା ପାଇଁ ରାତିରେ ନନ୍ଦନକାନନ ଖୋଲିବା ନିମନ୍ତେ ପ୍ରସ୍ତାବ ଦିଆଯାଇଛି। ସରକାର ଅନୁମୋଦନ ଦେଲେ ହୋଇପାରିବ। ଯଦି ପ୍ରସ୍ତାବ ଅନୁସାରେ ସବୁକିଛି ଠିକ୍‌ ହୋଇଯାଏ ତେବେ ପର୍ଯ୍ୟଟକମାନେ ଖୁବ୍‌ଶୀଘ୍ର ରାତିରେ ନନ୍ଦନକାନନ ବୁଲିପାରିବେ ବୋଲି ପିସିସିଏଫ୍‌ ଆଶାବ୍ୟକ୍ତ କରିଛନ୍ତି। ସେହିଭଳି ସିଜେଡ୍‌ଏଙ୍କ ପକ୍ଷରୁ ଏହି ଅନୁମୋଦନ ପାଇଲେ ପର୍ଯ୍ୟଟକମାନେ ରାତିରେ ମଧ୍ୟ ନନ୍ଦନକାନନ ବୁଲିବାର ମଜା ଉଠାଇପାରିବେ ବୋଲି ଉପନିର୍ଦ୍ଦେଶକ ସନତ କୁମାର ଏନ୍‌ ମତବ୍ୟକ୍ତ କରିଛନ୍ତି। ଉଲ୍ଲେଖଯୋଗ୍ୟ, ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବର୍ତ୍ତମାନ ୧୬୯ଟି ପ୍ରଜାତିର ୪ହଜାରରୁ ଊର୍ଦ୍ଧ୍ୱ ପ୍ରାଣୀ ଅଛନ୍ତି। ଏହା ୨୫୦ ପ୍ରଜାତିକୁ ବୃଦ୍ଧି କରିବା ପାଇଁ ଯୋଜନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?