ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ବାରଙ୍ଗ,୨୩ା୫(ଡି.ଏନ୍‌.ଏ.): ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ମାଡ଼ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହି ଆକ୍ରମଣରେ ସମ୍ପୃକ୍ତ ଥିବା ସଫାରୀ କାଉଣ୍ଟରର ୩ କର୍ମଚାରୀଙ୍କୁ ସୋମବାର ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଅପରପକ୍ଷରେ ଘଟଣାର ତଦନ୍ତ କରି ଠିକା ସଂସ୍ଥା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନନ୍ଦନକାନନର ଉପନିର୍ଦ୍ଦେଶକ ଡ. ସଞ୍ଜିତ କୁମାର କହିଛନ୍ତି।

ସୂଚନାନୁଯାୟୀ, ରବିବାର ନନ୍ଦନକାନନ ବସ୍‌ ସଫାରି ଟିକେଟ୍‌ କାଉଣ୍ଟରରେ ଛତିଶଗଡ଼ର କିଛି ପର୍ଯ୍ୟଟକ ଟିକେଟ କାଟିବାକୁ ବାଧ୍ୟ କରିବା ପରେ କାଉଣ୍ଟର କର୍ମଚାରୀ ଓ ପର୍ଯ୍ୟଟକଙ୍କ ମଧ୍ୟରେ ମାଡ଼ପିଟ୍‌ ହୋଇଥିଲା। ନନ୍ଦନକାନନ ସଫାରି କର୍ମଚାରୀଙ୍କ ଆକ୍ରମଣରେ ଦୁଇ ପର୍ଯ୍ୟଟକ ଆହତ ହୋଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲା।