ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟ ହାତରେ କଟୁରି ଧରି କାର୍ଯ୍ୟାଳୟରେ କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ ୨ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ଆକ୍ରମଣ କରିଥିଲେ। ଏହି ସମସ୍ତ ଘଟଣା ସିସି ଟିଭି ଫୁଟେଜରେ କଏଦ ହୋଇଥିଲା। ସ୍ଥାନୀୟ ଗ୍ରାମର ଜଣେ ଯୁବକ ମାରଣାସ୍ତ୍ର ଧରି ଦୀର୍ଘ ଅଧଘଣ୍ଟାକାଳ କାର୍ଯ୍ୟାଳୟରେ ଉତ୍ପାତ କରିବା ଫଳରେ ସେଠାରେ ସମସ୍ତଙ୍କ ଭିତରେ ଭୟ ଖେଳି ଯାଇଥିଲା।
ମିଳିଥିବା ସୂଚନା ଅନୁସାରେ, ଯୁବକ ଜଣଙ୍କ ଅପରାହ୍ନ ୪ଟା ବେଳେ ହଠାତ୍‌ ଏକ କଟୁରି ଧରି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ଭିତରକୁ ପଶିଆସିଥିଲେ। କେହି କିଛି ଜାଣିବା ପୂର୍ବରୁ ସେ ଅଧିକାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଭଙ୍ଗାରୁଜା କରିଥିଲେ। ଏହି ଘଟଣା ପରେ ଅଧିକାରୀ, କର୍ମଚାରୀମାନେ ଭୟରେ କାର୍ଯ୍ୟାଳୟ ବାହାରକୁ ବାହାରି ପାରି ନ ଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବାବେଳକୁ ଉକ୍ତ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସିସି କ୍ୟାମେରାରେ କଏଦ ହୋଇଥିବା ଯୁବକଙ୍କ ସମସ୍ତ କାଣ୍ଡର ଭିଡିଓକୁ ପୋଲିସ ସଂଗ୍ରହ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। କେତେଜଣ ରେଞ୍ଜର ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ଉକ୍ତ ଯୁବକଙ୍କ ଭଲ ସମ୍ପର୍କ ଥିବା ଆଲୋଚନା ହେଉଛି। ତେବେ ବିଶ୍ୱସ୍ତରୀୟ ଚିଡ଼ିଆଖାନା ପାଇଁ କେତେଜଣ ଅଧିକାରୀ ସେମାନଙ୍କୁ ସୁହାଇଲା ଭଳି ଏବଂ ସ୍ଥାନୀୟ ଅଞ୍ଚଳର କିଛି ଲୋକଙ୍କୁ ସନ୍ତୁଷ୍ଟ କଲା ଭଳି କର୍ମଚାରୀ ରଖୁଥିବାରୁ ଏଭଳି ସ୍ଥିତି ଘଟିଥାଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?