Odisha Elections 2024

ନନ୍ଦନକାନନ ଆତଙ୍କରାଜ ଘଟଣା: ୨ ଗିରଫ

ବାରଙ୍ଗ,୩୦।୪(ଲିଙ୍ଗରାଜ ରାଉତ):ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉନ୍ମତ୍ତ କାଣ୍ଡ ଘଟାଇଥିବା ଘଟଣାରେ ପୋଲିସ ୨ ଜଣଙ୍କୁ ଗିଫ କରିଛି। ସୋମବାର ବିଳମ୍ବିତ ରାତିରେ ପୋଲିସ ଉଭୟଙ୍କୁ ଗିରଫ କରିଛି। ଉଭୟ ହାତରେ କଟୁରି ଧରି କାର୍ଯ୍ୟାଳୟରେ କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ ୨ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ଆକ୍ରମଣ କରିଥିଲେ। ଏହି ସମସ୍ତ ଘଟଣା ସିସି ଟିଭି ଫୁଟେଜରେ କଏଦ ହୋଇଥିଲା। ସ୍ଥାନୀୟ ଗ୍ରାମର ଜଣେ ଯୁବକ ମାରଣାସ୍ତ୍ର ଧରି ଦୀର୍ଘ ଅଧଘଣ୍ଟାକାଳ କାର୍ଯ୍ୟାଳୟରେ ଉତ୍ପାତ କରିବା ଫଳରେ ସେଠାରେ ସମସ୍ତଙ୍କ ଭିତରେ ଭୟ ଖେଳି ଯାଇଥିଲା।
ମିଳିଥିବା ସୂଚନା ଅନୁସାରେ, ଯୁବକ ଜଣଙ୍କ ଅପରାହ୍ନ ୪ଟା ବେଳେ ହଠାତ୍‌ ଏକ କଟୁରି ଧରି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ଭିତରକୁ ପଶିଆସିଥିଲେ। କେହି କିଛି ଜାଣିବା ପୂର୍ବରୁ ସେ ଅଧିକାରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଭଙ୍ଗାରୁଜା କରିଥିଲେ। ଏହି ଘଟଣା ପରେ ଅଧିକାରୀ, କର୍ମଚାରୀମାନେ ଭୟରେ କାର୍ଯ୍ୟାଳୟ ବାହାରକୁ ବାହାରି ପାରି ନ ଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ବାବେଳକୁ ଉକ୍ତ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ସିସି କ୍ୟାମେରାରେ କଏଦ ହୋଇଥିବା ଯୁବକଙ୍କ ସମସ୍ତ କାଣ୍ଡର ଭିଡିଓକୁ ପୋଲିସ ସଂଗ୍ରହ କରି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି। କେତେଜଣ ରେଞ୍ଜର ଓ ଅନ୍ୟାନ୍ୟ ଅଧିକାରୀଙ୍କ ସହ ଉକ୍ତ ଯୁବକଙ୍କ ଭଲ ସମ୍ପର୍କ ଥିବା ଆଲୋଚନା ହେଉଛି। ତେବେ ବିଶ୍ୱସ୍ତରୀୟ ଚିଡ଼ିଆଖାନା ପାଇଁ କେତେଜଣ ଅଧିକାରୀ ସେମାନଙ୍କୁ ସୁହାଇଲା ଭଳି ଏବଂ ସ୍ଥାନୀୟ ଅଞ୍ଚଳର କିଛି ଲୋକଙ୍କୁ ସନ୍ତୁଷ୍ଟ କଲା ଭଳି କର୍ମଚାରୀ ରଖୁଥିବାରୁ ଏଭଳି ସ୍ଥିତି ଘଟିଥାଇପାରେ ବୋଲି ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସର ଏମପି ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ।...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri