ବିଶ୍ୱସ୍ତରୀୟ ହେବ ନନ୍ଦନକାନନ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ନନ୍ଦନକାନନର ନବକଳେବର ହେବ। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ରୂପାନ୍ତର କରାଯିବ। ନୂଆ ଜୀବଜନ୍ତୁ ଆଣିବା, ଜଙ୍ଗଲ ଅଞ୍ଚଳର ବିକାଶ ସହ ଦର୍ଶକମାନଙ୍କ ପାଇଁ ବିଭିନ୍ନ ସୁବିଧାସୁଯୋଗ ସୃଷ୍ଟି କରାଯିବ। ଚୂଡ଼ଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ଶୁକ୍ରବାର ନନ୍ଦନକାନନର ରୂପାନ୍ତର ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା। ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଅନେକ ପ୍ରସ୍ତାବ ରଖାଯାଇଛି। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବା ସହିତ ନନ୍ଦନକାନନରେ ପ୍ଲାଷ୍ଟିକ୍‌ର ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାମ ସମ୍ପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମେ’ ୨୩ରେ ଜଙ୍ଗଲ ବିଭାଗ ସମୀକ୍ଷା ସମୟରେ ନନ୍ଦନକାନନର ରୂପାନ୍ତର ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ନୂଆ ଯୋଜନାରେ ପରିଦର୍ଶକମାନଙ୍କ ପାଇଁ ଅତିରିକ୍ତ ଉନ୍ନତ ସୁବିଧା, ଆଧୁନିକ ଫ୍ରଣ୍ଟେଜ ଓ ଲ୍ୟାଣ୍ଡସ୍କେପିଂ, ଟନେଲ ଆକ୍ବାରିୟମ, ୱାଟର ବାର୍ଡ ଆଭିଆରି, ଦେଶ ବିଦେଶରୁ ନୂତନ ପ୍ରାଣୀ ଅଣାଯିବା, ଇମରସିଭ ଏନ୍‌କ୍ଲୋଜରସ୍‌ ପାଇଁ ବ୍ୟବସ୍ଥା ରହିଛି। ୨ ପର୍ଯ୍ୟାୟରେ ରୂପାନ୍ତର କାର୍ଯ୍ୟ ହେବ। ପ୍ରଥମ ପର୍ଯ୍ୟାୟ ୨୦୨୩ରୁ ୨୦୨୫ ମଧ୍ୟରେ ଏବଂ ଦ୍ବିତୀୟ ପର୍ଯ୍ୟାୟ ୨୦୨୫ରୁ ୨୦୨୮ ମଧ୍ୟରେ କାର୍ଯ୍ୟକାରୀ ହେବ। ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନର ବିକାଶ ହେବାକୁ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ଚୂଡ଼ଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ। ଏଥିରେ ରାତ୍ରି ସଫାରି ଓ ସଫାରି କମ୍ପ୍ଲେକ୍ସର ବିକାଶ କରାଯିବ। ନନ୍ଦନକାନନକୁ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ ହବ୍‌ରେ ବିକଶିତ କରିବା ପାଇଁ ଯୋଜନା ରହିଛି। ଏଥିରେ ଆକ୍ଟିଭିଟିଭିତ୍ତିକ ପ୍ରାଣୀ ଉଦ୍ୟାନ, ପ୍ରକୃତି ଶିକ୍ଷା ସହିତ କେତେକ ସ୍ବତନ୍ତ୍ର ସ୍କୁଲରେ ‘ନନ୍ଦନକାନନ କ୍ଲବ’ ଓ ‘ଜୁ ଆମ୍ବାସାଡର’ ଆଦି କାର୍ଯ୍ୟକ୍ରମ ରହିଛି। ଏଥିସହିତ ସିଟିଜେନ ସାଇନ୍ସ, ନୋ ୟୋର ଟ୍ରିଜ୍‌ ଆଦି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ଇଣ୍ଟର୍ନସିଭ ଓ ଜୁ ଭଲ୍ୟୁଣ୍ଟିଅର ଆଦି କାର୍ଯ୍ୟକ୍ରମ ଆୟୋଜନ ହେବ।
ବର୍ତ୍ତମାନ ନନ୍ଦନକାନନରେ ୪୮ ପ୍ରଜାତିର ସ୍ତନ୍ୟପାୟୀ ପ୍ରାଣୀ, ୭୭ ପ୍ରଜାତିର ପକ୍ଷୀ, ୩୦ ପ୍ରଜାତିର ସରୀସୃପ ଓ ୬ ପ୍ରଜାତିର ଉଭୟଚର ପ୍ରାଣୀ ଅଛନ୍ତି। ସମୁଦାୟ ୧୬୧ ପ୍ରଜାତିର ୪୦୧୨ ପ୍ରାଣୀ ଅଛନ୍ତି। ବର୍ତ୍ତମାନ ଦେଶବିଦେଶର ବିଭିନ୍ନ ସ୍ଥାନରୁ ଅଧିକ ପ୍ରାଣୀ ଆଣିବା ପାଇଁ ଯୋଜନା କରାଯାଇଛି। ଦେଶର ଉତ୍ତର-ପୂର୍ବ ଅଞ୍ଚଳରୁ ହୁଲୋକ ଗିବନ, ପିଗ୍‌ଟେଲ ମାକାଏ, ଓ୍ବାନ ହର୍ନ ରାଇନୋସରସ, କ୍ୟାପ୍‌ଡ ଲାଙ୍ଗୁର, ସ୍ପେକ୍ଟାକଲ୍‌ଡ ମଙ୍କି, କ୍ଲାଉଡେଡ୍‌ ଲିଓପାର୍ଡ ଆଦି ଆଣିବାର ପ୍ରସ୍ତାବ ରହିଛି। ସେହିପରି ଅଷ୍ଟ୍ରେଲିଆରୁ କାସୋଓ୍ବାରି, କଙ୍ଗାରୁ, ଓ୍ବାଲ୍‌ବି ଆଦି ଆଣିବାର ପ୍ରସ୍ତାବ ମଧ୍ୟ ରହିଛି। ବୈଠକରେ ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri