ବିଶ୍ୱସ୍ତରୀୟ ହେବ ନନ୍ଦନକାନନ

ଭୁବନେଶ୍ୱର,୨୪ା୬(ଅନିଲ ଦାସ): ନନ୍ଦନକାନନର ନବକଳେବର ହେବ। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ରୂପାନ୍ତର କରାଯିବ। ନୂଆ ଜୀବଜନ୍ତୁ ଆଣିବା, ଜଙ୍ଗଲ ଅଞ୍ଚଳର ବିକାଶ ସହ ଦର୍ଶକମାନଙ୍କ ପାଇଁ ବିଭିନ୍ନ ସୁବିଧାସୁଯୋଗ ସୃଷ୍ଟି କରାଯିବ। ଚୂଡ଼ଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ଶୁକ୍ରବାର ନନ୍ଦନକାନନର ରୂପାନ୍ତର ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା। ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଅନେକ ପ୍ରସ୍ତାବ ରଖାଯାଇଛି। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିବା ସହିତ ନନ୍ଦନକାନନରେ ପ୍ଲାଷ୍ଟିକ୍‌ର ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାମ ସମ୍ପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମେ’ ୨୩ରେ ଜଙ୍ଗଲ ବିଭାଗ ସମୀକ୍ଷା ସମୟରେ ନନ୍ଦନକାନନର ରୂପାନ୍ତର ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ନୂଆ ଯୋଜନାରେ ପରିଦର୍ଶକମାନଙ୍କ ପାଇଁ ଅତିରିକ୍ତ ଉନ୍ନତ ସୁବିଧା, ଆଧୁନିକ ଫ୍ରଣ୍ଟେଜ ଓ ଲ୍ୟାଣ୍ଡସ୍କେପିଂ, ଟନେଲ ଆକ୍ବାରିୟମ, ୱାଟର ବାର୍ଡ ଆଭିଆରି, ଦେଶ ବିଦେଶରୁ ନୂତନ ପ୍ରାଣୀ ଅଣାଯିବା, ଇମରସିଭ ଏନ୍‌କ୍ଲୋଜରସ୍‌ ପାଇଁ ବ୍ୟବସ୍ଥା ରହିଛି। ୨ ପର୍ଯ୍ୟାୟରେ ରୂପାନ୍ତର କାର୍ଯ୍ୟ ହେବ। ପ୍ରଥମ ପର୍ଯ୍ୟାୟ ୨୦୨୩ରୁ ୨୦୨୫ ମଧ୍ୟରେ ଏବଂ ଦ୍ବିତୀୟ ପର୍ଯ୍ୟାୟ ୨୦୨୫ରୁ ୨୦୨୮ ମଧ୍ୟରେ କାର୍ଯ୍ୟକାରୀ ହେବ। ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନର ବିକାଶ ହେବାକୁ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ଚୂଡ଼ଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ। ଏଥିରେ ରାତ୍ରି ସଫାରି ଓ ସଫାରି କମ୍ପ୍ଲେକ୍ସର ବିକାଶ କରାଯିବ। ନନ୍ଦନକାନନକୁ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ ହବ୍‌ରେ ବିକଶିତ କରିବା ପାଇଁ ଯୋଜନା ରହିଛି। ଏଥିରେ ଆକ୍ଟିଭିଟିଭିତ୍ତିକ ପ୍ରାଣୀ ଉଦ୍ୟାନ, ପ୍ରକୃତି ଶିକ୍ଷା ସହିତ କେତେକ ସ୍ବତନ୍ତ୍ର ସ୍କୁଲରେ ‘ନନ୍ଦନକାନନ କ୍ଲବ’ ଓ ‘ଜୁ ଆମ୍ବାସାଡର’ ଆଦି କାର୍ଯ୍ୟକ୍ରମ ରହିଛି। ଏଥିସହିତ ସିଟିଜେନ ସାଇନ୍ସ, ନୋ ୟୋର ଟ୍ରିଜ୍‌ ଆଦି ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ଇଣ୍ଟର୍ନସିଭ ଓ ଜୁ ଭଲ୍ୟୁଣ୍ଟିଅର ଆଦି କାର୍ଯ୍ୟକ୍ରମ ଆୟୋଜନ ହେବ।
ବର୍ତ୍ତମାନ ନନ୍ଦନକାନନରେ ୪୮ ପ୍ରଜାତିର ସ୍ତନ୍ୟପାୟୀ ପ୍ରାଣୀ, ୭୭ ପ୍ରଜାତିର ପକ୍ଷୀ, ୩୦ ପ୍ରଜାତିର ସରୀସୃପ ଓ ୬ ପ୍ରଜାତିର ଉଭୟଚର ପ୍ରାଣୀ ଅଛନ୍ତି। ସମୁଦାୟ ୧୬୧ ପ୍ରଜାତିର ୪୦୧୨ ପ୍ରାଣୀ ଅଛନ୍ତି। ବର୍ତ୍ତମାନ ଦେଶବିଦେଶର ବିଭିନ୍ନ ସ୍ଥାନରୁ ଅଧିକ ପ୍ରାଣୀ ଆଣିବା ପାଇଁ ଯୋଜନା କରାଯାଇଛି। ଦେଶର ଉତ୍ତର-ପୂର୍ବ ଅଞ୍ଚଳରୁ ହୁଲୋକ ଗିବନ, ପିଗ୍‌ଟେଲ ମାକାଏ, ଓ୍ବାନ ହର୍ନ ରାଇନୋସରସ, କ୍ୟାପ୍‌ଡ ଲାଙ୍ଗୁର, ସ୍ପେକ୍ଟାକଲ୍‌ଡ ମଙ୍କି, କ୍ଲାଉଡେଡ୍‌ ଲିଓପାର୍ଡ ଆଦି ଆଣିବାର ପ୍ରସ୍ତାବ ରହିଛି। ସେହିପରି ଅଷ୍ଟ୍ରେଲିଆରୁ କାସୋଓ୍ବାରି, କଙ୍ଗାରୁ, ଓ୍ବାଲ୍‌ବି ଆଦି ଆଣିବାର ପ୍ରସ୍ତାବ ମଧ୍ୟ ରହିଛି। ବୈଠକରେ ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?