ବିଶ୍ୱସ୍ତରୀୟ ହେବ ନନ୍ଦନକାନନ: ଜଙ୍ଗଲ ମନ୍ତ୍ରୀ

ବାରଙ୍ଗ,୧୮।୧୧(ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ସଂଯୋଗ କରୁଥିବା ବହୁ ପ୍ରତୀକ୍ଷିତ ‘ରୋପ୍‌ୱେ’ ପୁଣିଥରେ ଆରମ୍ଭ ହୋଇଛି। ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏହାକୁ ଉଦ୍‌ଘାଟନ କରିଛନ୍ତି। ୧୩ବର୍ଷ ପରେ ଶନିବାରଠାରୁ ପର୍ଯ୍ୟଟକ ଏହାର ମଜା ଉଠାଇବେ। ତେବେ ଲୋକାର୍ପଣ ପରେ ମନ୍ତ୍ରୀ ପ୍ରଥମେ ରୋପ୍‌ୱେରେ ବସି ମଜା ନେଇଥିଲେ। ମନ୍ତ୍ରୀଙ୍କ ସହିତ ଉତ୍ତର ଭୁବନେଶ୍ବର ବିଧାୟକ ସୁଶାନ୍ତ କୁମାର ରାଉତ, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ଓ ଜଙ୍ଗଲ ବିଭାଗର ବରିଷ୍ଠ ଅଧିକାରୀମାନେ ରୋପ୍‌ଓ୍ବେରେ ବସିଥିଲେ। ଏହି ଅବସରରେ ମନ୍ତ୍ରୀ ଅମାତ କହିଲେ, ମୁଖ୍ୟମନ୍ତ୍ରୀ ରାଜ୍ୟର ବନ୍ୟପ୍ରାଣୀଙ୍କ ସୁରକ୍ଷା ଓ ଅଭିବୃଦ୍ଧି ପାଇଁ ସର୍ବଦା ଗୁରୁତ୍ୱ ଦେଇ ଆସୁଛନ୍ତି। ଏଥିପାଇଁ ରାଜ୍ୟ ସରକାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଏବଂ ୫-ଟି ଯୋଜନାରେ ନନ୍ଦନକାନନକୁ ବିଶ୍ୱସ୍ତରୀୟ କରିବାକୁ ଯାଉଛନ୍ତି। ଖୁବ୍‌ଶୀଘ୍ର ବିଶ୍ୱସ୍ତରୀୟ କାର୍ଯ୍ୟ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି।
୧୩କୋଟିରୁ ଊଦ୍ଧର୍‌ବ ଟଙ୍କା ବ୍ୟୟରେ ନୂତନ ଜ୍ଞାନକୌଶଳରେ ଆରମ୍ଭ ହୋଇଥିବା ଏହି ରୋପ୍‌ୱେ କାଞ୍ଜିଆ ହ୍ରଦ ଉପର ଦେଇ ଯିବ। ରୋପ୍‌ୱେରେ ବୁଲିବା ସମୟରେ ପର୍ଯ୍ୟଟକମାନେ ହ୍ରଦର ପ୍ରାକୃତିକ ପରିବେଶକୁ ଉପଭୋଗ ସହିତ ରାଜ୍ୟ ଉଦ୍ଭିଦ ଉଦ୍ୟାନର ବିଭିନ୍ନ ପ୍ରଜାତିର ଫୁଲବଗିଚା ଦେଖିପାରିବେ। ଏହି ରୋପ୍‌ୱେର ଲମ୍ବ ୬୨୬ ମିଟର ରହିଥିବାବେଳେ ପର୍ଯ୍ୟଟକଙ୍କ ପାଇଁ ଜଣକ ପିଛା ଟିକେଟ ମୂଲ୍ୟ ୧୨୦ ଟଙ୍କା ରହିଛି। ଏହାର ଟିକେଟ କାଉଣ୍ଟର ନନ୍ଦନକାନନ ଏବଂ ରାଜ୍ୟଉଭିଦ ଉଦ୍ୟାନ ପାଖରେ ରହିଛି। ନନ୍ଦନକାନନରେ ପ୍ରଥମେ ରାଜ୍ୟ ସରକାର ୧୯୮୮ରେ ରୋପ୍‌ୱେ ନିର୍ମାଣ ପାଇଁ ଭୂମି ପୂଜନ କରିଥିଲେ। ୧୯୯୪ ଅକ୍ଟୋବର ୧୦ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକ ଏହାକୁ ଉଦ୍‌ଘାଟନ କରିବା ପରେ ପର୍ଯ୍ୟଟକମାନେ ରୋପ୍‌ଓ୍ବେର ମଜା ଉଠାଇଥିଲେ। ତେବେ ରୋପ୍‌ୱେରେ ବାରମ୍ବାର ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ନନ୍ଦନକାନନ କର୍ତ୍ତୃପକ୍ଷ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ୨୦୧୧ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରିଥିଲେ। ୨୦୨୧ ଅକ୍ଟୋବର ୮ରେ ୬୭ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ଅବସରରେ ପୁନଃ ଚଳାଚଳ ପାଇଁ ନନ୍ଦନକାନନ ପକ୍ଷରୁ ଦାମୋଦର ରୋପ୍‌ଓ୍ବେ ଇନ୍‌ଫ୍ରା ଲିମିଟେଡ୍‌ ସହ ଚୁକ୍ତିନାମା ହୋଇଥିଲା। ପିପିପି ମୋଡ୍‌ରେ ଏହି ଘରୋଇ ସଂସ୍ଥା ରୋପ୍‌ଓ୍ବେ ପରିଚାଳନା କରିବ। ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ଜଙ୍ଗଲ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପ୍ରଧାନ ମୁଖ୍ୟ ବନସଂରକ୍ଷକ ତଥା ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ(ପିସିସିଏଫ୍‌) ସୁଶାନ୍ତ ନନ୍ଦ, ନନ୍ଦନକାନନର ପୂର୍ବତନ ଉପନିର୍ଦ୍ଦେଶକ ଡା. ସଞ୍ଜିତ କୁମାର, ନନ୍ଦନକାନନ ନିର୍ଦ୍ଦେଶକ ମନୋଜ ଭି ନାୟାର, ଉପନିର୍ଦ୍ଦେଶକ ସନଥ୍‌ କୁମାର ନାରାୟଣଙ୍କ ସମେତ ଜଙ୍ଗଲ ବିଭାଗର ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ଉତ୍ସବକୁ ନନ୍ଦନକାନନ ପର୍ଯ୍ୟଟକ ପରିଚାଳନା ସହକାରୀ ବନ ସଂରକ୍ଷକ ଶରତ ସାହୁ, ଜନ୍ତୁ କ୍ୟୁରେଟର ଡା. ରଶ୍ମିରଞ୍ଜନ ସ୍ବାଇଁ, ରେଞ୍ଜର ସରୋଜ ପଣ୍ଡା, ଜୟକୃଷ୍ଣ ନାୟକ, ଜି. ଏଫ୍‌. ଖାନ, ରଞ୍ଜିତ୍‌ ମହାନ୍ତି, ରୋପ୍‌ୱେର ମୁଖ୍ୟ ପରିଚାଳକ ମହେଶ ମହୋତା ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri