Posted inରାଜ୍ୟ

ଅକ୍ଟୋବର ୪ରୁ ଖୋଲିବ ନନ୍ଦନକାନନ

ଭୁବନେଶ୍ୱର, ବାରଙ୍ଗ, ୨୮।୯(ବ୍ୟୁରୋ)- ପ୍ରାଣୀ ଉଦ୍ୟାନ ନନ୍ଦନାକନନ ଅକ୍ଟୋବର ୪ ତାରିଖରେ ଖୋଲିବା ନେଇ କର୍ତ୍ତୃପକ୍ଷ ସୋମବାର ଘୋଷଣା କରିଛନ୍ତି। ଏହାସହ ବଟାନିକାଲ ଗାର୍ଡେନ ମଧ୍ୟ ସେହିଦିନଠାରୁ ଖୋଲାଯିବ। ଦୀର୍ଘ ୭ମାସ ପରେ ନନ୍ଦନକାନନ ଖୋଲିବା ନିଷ୍ପତ୍ତି ଶୁଣି ପର୍ଯ୍ୟଟକ ଓ ବ୍ୟବସାୟୀଙ୍କ କ୍ଷେତ୍ରରେ ଉତ୍ସାହ ଖେଳିଯାଇଛି। କିନ୍ତୁ କର୍ମଚାରୀ ଓ ପର୍ଯ୍ୟଟକଙ୍କ ପାଇଁ କୋଭିଡ୍‌କୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ କେତେକ ଗାଇଡ୍‌ଲାଇନ ଜାରି କରିଛନ୍ତି। ଥଣ୍ଡା, କାଶ, ଜ୍ୱର ଲକ୍ଷଣ ଥିବା ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ କଟକଣା ରଖାଯାଇଛି। ପର୍ଯ୍ୟଟକମାନଙ୍କ ପାଇଁ ମାସ୍କ ପନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏହାସହ ପ୍ରବେଶ ପଥ ପାଖରେ ପର୍ଯ୍ୟଟକଙ୍କ ସମ୍ପୂର୍ଣ୍ଣ ଶରୀରକୁ ସାନିଟାଇଜ୍‌ ବ୍ୟବସ୍ଥା କରାଯିବ। ପର୍ଯ୍ୟଟକମାନେ ସାଙ୍ଗରେ ଜରୁରୀ ସାମଗ୍ରୀ ବ୍ୟତୀତ ଅନ୍ୟ କିଛି ଭିତରକୁ ନେଇପାରିବେ ନାହିଁ। ପର୍ଯ୍ୟଟକମାନେ ଜନ୍ତୁ ଏନକ୍ଲୋଜେର ଆଗରେ ଥିବା ବ୍ୟାରିକେଡ୍‌କୁ ଛୁଇଁବେ ନାହିଁ ଏବଂ ସାମାଜିକ ଦୂରତ୍ୱକୁ ବଜାୟ ରଖି ପଶୁପକ୍ଷୀଙ୍କୁ ଦେଖିବେ। ନନ୍ଦନକାନନର ବିଭିନ୍ନ ସ୍ଥାନରେ ପର୍ଯ୍ୟଟକଙ୍କ ପାଇଁ ହାତସଫା ନିମନ୍ତେ ହ୍ୟାଣ୍ଡଓ୍ବାଶ ଓ ସାନିଟାଇଜର ରଖାଯିବ। ଅନ୍ୟପକ୍ଷେ କର୍ମଚାରୀମାନଙ୍କ ପାଇଁ ଗ୍ଲୋବ୍ସର ବ୍ୟବସ୍ଥା କରାଯିବାକୁ ନନ୍ଦନକାନନ ପକ୍ଷରୁ ହୋଇଥିବା ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହିଭଳି ନିୟମ ବଟାନିକାଲ ପାଇଁ ଲାଗୁ ହେବାକୁ ଥିବାବେଳେ ବଣଭୋଜିକୁ ଏବେ ବନ୍ଦ କରାଯାଇଥିବା ଜଣାପଡିଛି। ତେବେ ନନ୍ଦନକାନନ ଖୋଲିଲେ ଏକାସଙ୍ଗେ କେତେ ସଂଖ୍ୟକ ପର୍ଯ୍ୟଟକ ପ୍ରବେଶ ଅନୁମତି ମିଳିବ ତାହା ଏବେ ସୁଦ୍ଧା ଜଣାପଡି ନାହିଁ। ପ୍ରଥମଦିନର ପର୍ଯ୍ୟଟକ ସଂଖ୍ୟାକୁ ଆକଳନ କରି ପୁନର୍ବାର ନିଷ୍ପତ୍ତି ନିଆଯିବ ବୋଲି ନନ୍ଦନକାନନ ସହକାରୀ ନିର୍ଦ୍ଦେଶକ ଅମୂଲ୍ୟ କୁମାର ପରିଡ଼ା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri