୩ରେ ଖୋଲିବ ନନ୍ଦନକାନନ

ବାରଙ୍ଗ,୨ା୮(ଡି.ଏନ୍‌.ଏ.): ୩ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ୩ ତାରିଖ(ମଙ୍ଗଳବାର)ରେ ଖୋଲିବ। ଏନେଇ ନନ୍ଦନକାନନ ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ସୂଚନା ଦେଇଛନ୍ତି। ତେବେ ପର୍ଯ୍ୟଟକମାନେ ସଫାରି, ବ୍ୟାଟେରୀଚାଳିତ ଗାଡ଼ିରେ ବୁଲିବା, ବୋଟିଂର ସୁବିଧା ଏବେ ପାଇପାରିବେ ନାହିଁ। ପଶୁପକ୍ଷୀଙ୍କ ସୁରକ୍ଷା ଦୃଷ୍ଟିରୁ ପର୍ଯ୍ୟଟକମାନେ ନନ୍ଦନକାନନରେ ବୁଲିବା ବେଳେ କୌଣସି ଏନ୍‌କ୍ଲୋଜରକୁ ଯେପରି ନ ଛୁଇଁବେ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି। ଏଥିସହ ପ୍ରବେଶ ପଥରେ ଥର୍ମାଲ ସ୍କ୍ରିନିଂ, ସାମାଜିକ ଦୂରତ୍ୱ ଓ ମାସ୍କ ପରିଧାନକୁ ବାଧ୍ୟତାମୂଳକ କରାଯାଇଛି। ଥଣ୍ଡା, କାଶ ହେଉଥିବା ପର୍ଯ୍ୟଟକଙ୍କ ପ୍ରବେଶକୁ ବାରଣ କରାଯାଇଛି। କରୋନାର ଦ୍ୱିତୀୟ ଲହର ପାଇଁ ମେ’ ୧ରୁ ନନ୍ଦନକାନନକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ରବିବାର ନିର୍ଦ୍ଦେଶକ ମହାପାତ୍ର ନନ୍ଦନକାନନ ପରିଦର୍ଶନରେ ଆସି ବିଭିନ୍ନ ସ୍ଥାନର ତର୍ଜମା କରିଛନ୍ତି। ବିଭିନ୍ନ ଦିଗକୁ ଚିନ୍ତା କରାଯାଇ ନନ୍ଦନକାନନ ଖୋଲିବାର ନିଷ୍ପତ୍ତି ନିଆଯାଇଛି। ଏହା ଦ୍ୱାରା ବ୍ୟବସାୟୀମାନେ ବି ରୋଜଗାରକ୍ଷମ ହୋଇପାରିବେ। ନନ୍ଦନକାନନ ପରିସରସ୍ଥ ପରିସ୍ରାଗାର ଓ ଶୌଚାଳୟକୁ ସଫା କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri