ନନ୍ଦପୁର ପରେ ପାଡୁଆ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ: ଶନିବାର ରାତିରେ ୧ ବୋଲେରୋ ୨ଟି ବାଇକ ଚୋରି

ନନ୍ଦପୁର/ପାଡୁଆ, ୨୨।୩ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଥାନା ଅଞ୍ଚଳରେ ଦିନକୁ ଦିନ ଗାଡ଼ି ଚୋରି ସଂଖ୍ୟା ବଢିବାରେ ଲାଗିଛି। ଗତ ରବିବାର ରାତିରେ ନନ୍ଦପୁର ଥାନାରେ ପଞ୍ଜୀକୃତ ଗୋଟିଏ ବୋଲେରୋ ଓ ଗୋଟିଏ ବାଇକ ଚୋରି ଘଟଣାର ପୋଲିସ ଖିଅ ପାଉ ନ ଥିବା ବେଳେ ରବିବାର ବ୍ଲକ ଅଧୀନ ପାଡୁଆ ଥାନା ଅଞ୍ଚଳରେ ପୁନଃ ଗୋଟିଏ ବୋଲେରୋ ଗାଡି ଓ ୨ଟି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ପାଡୁଆ ପୋଲିସ ଗାଡି ମାଲିକଙ୍କ ଏତଲା ଆଧାରରେ ତଦନ୍ତ ଆରମ୍ଭ କରିଥିବା ଥାନାଧିକାରୀ ଅଶୋକ ବିଶୋଇ ସୂଚନା ଦେଇଛନ୍ତି। ଯାହା ନନ୍ଦପୁର ପୋଲିସ ଉପଖଣ୍ଡ ଅଧୀନ ୩ ଥାନା ନନ୍ଦପୁର, ପାଡୁଆ ଓ ମାଛକୁଣ୍ଡ ପୋଲିସର ଚିନ୍ତା ବଢ଼ାଇଛି। ସପ୍ତାହକ ମଧ୍ୟରେ ଦୁଇ ଥାନାରେ ଏଭଳି ଗାଡ଼ି ଚୋଧି ଘଟଣା କୋରାପୁଟ ପୋଲିସକୁ ଚୋରମାନଙ୍କ ଖୋଲା ଚ୍ୟାଲେଞ୍ଜ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।
ସୂଚନାନୁଯାୟୀ, ପାଡୁଆ ବଡ ଦେବତା ଛକରେ ଢ଼ାବା (ହୋଟେଲ) ଖୋଲିଥିବା ଦାର୍ଲିପୁଟ ନିବାସୀ ଭେଙ୍କେଟି ଖରାଙ୍କ ଓଆର୦୫ ଏଡବବ୍ଲ୍ୟୁ ୧୯୨୧ ନମ୍ବର୍‌ ବିଶିଷ୍ଟ ବୋଲେରୋ ଗାଡ଼ି, ପାଡୁଆ ନିବାସୀ ଆଇ ନାଗେଶ୍ୱର ରାଓ ଓ ଏସ ରାଜୁଙ୍କ ଓଡି୨୪ ବି ୯୬୬୩ (ହିରୋ) ଓଡି ୧୦ଜି ୮୧୯୨ (ଆପାଚି) ବାଇକ ଗତକାଲି (ଶନିବାର) ରାତିରେ ଗୁରୁତ୍ୱମାନେ ସେମାନଙ୍କ ଘର ସମ୍ମୁଖରୁ ଚୋରି କରି ନେଇଥିବା ଅଭିଯୋଗ କରିଛନ୍ତି। ପାଡୁଆ ପୋଲିସ ଘଟଣାର ତଦନ୍ତ କରୁଥିବା ଥାନାଧିକାରୀ ବିଶୋଇ ସୂଚନା ଦେଇଛନ୍ତି। କିନ୍ତୁ ୮ ଦିନ ମଧ୍ୟରେ ନନ୍ଦପୁର ପୋଲିସ ଉପଖଣ୍ଡ ଅଞ୍ଚଳରେ ଏଭଳି ୨ଟି ବୋଲେରୋ ଓ ୩ ବାଇକ ଚୋରି ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ବୈଷୟିକ ଜ୍ଞାନ କୌଶଳ ସମ୍ପନ୍ନ ଆଜିର ପୋଲିସ ତ୍ୱରିତ ପଦକ୍ଷେପ ନେଇ ଚୋରଙ୍କୁ ଠାବ କରି ଅଞ୍ଚଳରୁ ଚୋରଭୟ ଦୂର କରନ୍ତୁ ବୋଲି ବୁଦ୍ଧିଜୀବୀ ମତପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ରାତିରେ ଲାଗିଲା ନିଆଁ: ଜୀବନ୍ତ ଜଳିଲେ ଗୋରୁ

ବନ୍ତ,୨୨।୩(କିଶୋର କୁମାର ସେଠି):ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ ଓଡ଼ଙ୍ଗ ପଞ୍ଚାୟତର ଏରଝାଟିଆ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ବିଦ୍ୟୁତ୍‌ ସର୍ଟଶର୍କିଟ…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri