ନନ୍ଦିଘୋଷ ରଥ ଭାଙ୍ଗିଲେ ଲକ୍ଷ୍ମୀ ଠାକୁରାଣୀ

ପୁରୀ ଅଫିସ,୨୮ା୬: ନବଦିନାତ୍ମକ ଯାତ୍ରାରେ ଆସି ଆଡ଼ପମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ନୀତିକାନ୍ତି। ଘୋଷଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ଦାରୁବିଗ୍ରହଙ୍କ ମାନବୀୟ ଲୀଳାର ଏହା ଏକ ଅଂଶ। ଶନିବାର ଗୁଣ୍ଡିଚା ମନ୍ଦିରରେ ଏହି ନୀତି ସମ୍ପନ୍ନ ହୋଇଛି। ତେବେ ଏହି ଲୀଳା ଦେଖିବାକୁ କୌଣସି ଭକ୍ତ ନ ଥିଲେ। ଏଥର ରଥଯାତ୍ରା ଭଳି ହେରାପଞ୍ଚମୀ ନୀତି ମଧ୍ୟ ବିନା ଭକ୍ତରେ ହୋଇଥିଲା।

ମହାପ୍ରଭୁ ଓ ଶ୍ରୀଦେବୀ (ଲକ୍ଷ୍ମୀ ଠାକୁରାଣୀ)ଙ୍କ ବିବାହ ସରିଥିଲା। କିନ୍ତୁ ଗଇଁଠାଳ ଫିଟି ନ ଥିଲା ଅର୍ଥାତ୍‌ ବିବାହ କର୍ମ ଅଧାରେ ରହିଛି। ସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁ ସ୍ନାନ କରି ଜ୍ୱରରେ ପଡ଼ିଲେ। ବିଭିନ୍ନ ପଥି ଖାଇ ସୁସ୍ଥ ହେଲେ। ଦ୍ୱିତୀୟା ତିଥିରେ ମହାପ୍ରଭୁ ଲକ୍ଷ୍ମୀଙ୍କୁ ସାକ୍ଷାତ୍‌ ନ କରି ଭଉଣୀଭାଇଙ୍କୁ ସାଥିରେ ନେଇ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରି ଆଡ଼ପ ମଣ୍ଡପରେ ଅବସ୍ଥାନ କରିଛନ୍ତି। ବିରହ ବେଦନାରେ ଥିବା ଲକ୍ଷ୍ମୀ ଠାକୁରାଣୀ ମହାପ୍ରଭୁଙ୍କୁ ଫେରାଇ ନେବା ଲାଗି ଆସିଥିଲେ। ମହାପ୍ରଭୁ ଦର୍ଶନ ଦେଲେ, କିନ୍ତୁ ଫେରିବା ଅନୁରୋଧକୁ ରଖିଲେ ନାହିଁ। ଏଥିରେ ରୋଷ କରି ଲକ୍ଷ୍ମୀ ଠାକୁରାଣୀ ମହାପ୍ରଭୁଙ୍କ ନନ୍ଦିଘୋଷ ରଥର କିଛି ଅଂଶ ଭାଙ୍ଗି ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ। ଫେରିବା ବେଳେ ସାହିବାସୀଙ୍କ ଦ୍ୱାରା ପନ୍ତିଭୋଗ ଗ୍ରହଣ କରିଥିଲେ। ଶନିବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟାଧୂପ ପୂର୍ବରୁ ମହାଲକ୍ଷ୍ମୀଙ୍କ ମାଜଣା ହୋଇଥିଲା। ପରେ ଠାକୁରାଣୀ ପାଲିଙ୍କିରେ ବିଜେ ହୋଇ ପଟୁଆରରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଥିଲେ। ନନ୍ଦିଘୋଷ ରଥ ନିକଟରେ ଲକ୍ଷ୍ମୀ ଠାକୁରାଣୀ ପହଞ୍ଚତ୍ବା ପରେ ପତି ମହାପାତ୍ର ବନ୍ଦାପନା, ଚାମର ଆଲଟ, ଘଷା ବିଡ଼ିଆ ଏବଂ ଦହି ପଟି ମଣୋହୀ କରିଥିଲେ। ସନ୍ଧ୍ୟାଧୂପ ପୂଜା ବସିଥିବାବେଳେ ମହାଲକ୍ଷ୍ମୀ ଜଗମୋହନକୁ ବିଜେ କରି ଜୟ ବିଜୟ ଦ୍ୱାର ନିକଟକୁ ଆସିଥିଲେ। ପତି ମହାପାତ୍ର ସେବକ ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ଲକ୍ଷ୍ମୀ ଠାକୁରାଣୀଙ୍କୁ ପ୍ରଦାନ କରିଥିଲେ। କିନ୍ତୁ ମହାଲକ୍ଷ୍ମୀଙ୍କ ସହ ମହାପ୍ରଭୁ ଫେରି ନ ଥିଲେ। ଏହାପରେ ମହାଲକ୍ଷ୍ମୀ ଅଭିମାନ କରି ନାକଚଣା ଦ୍ୱାର ଦେଇ ନନ୍ଦିଘୋଷ ରଥ ନିକଟକୁ ଯାଇ ରଥର କିଛି ଅଂଶ ଭାଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri