Posted inଜାତୀୟ

ନିର୍ବାଚନ ଫଳାଫଳ ପରେ ପଶ୍ଚିମବଙ୍ଗରେ ହିଂସା: ଏପର୍ଯ୍ୟନ୍ତ ଗଲାଣି ୪ ଜୀବନ

କୋଲକାତା, ୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳରେ ତୃଣମୂଳ କଂଗ୍ରେସ ଏକ ବଡ଼ ବିଜୟ ହାସଲ କରିଛି। ନିର୍ବାଚନରେ ଟିଏମ୍‌ସି ଭାଜପାକୁ ପରାସ୍ତ କରିଥିବା ସତ୍ତ୍ୱେ ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସବୁଠାରୁ ହାଇପ୍ରୋଫାଇଲ୍‌ ଆସନ ଭାବରେ ବିବେଚନା କରାଯାଉଥିବା ନନ୍ଦିଗ୍ରାମରୁ ହାରିଯାଇଛନ୍ତି। ସେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ଶୁଭେନ୍ଦୁ ଅଧିକାରୀଙ୍କଠାରୁ ପରାସ୍ତ ହୋଇଛନ୍ତି। ଏଥିରେ ଉତ୍‌କ୍ଷିପ୍ତ ହୋଇଛନ୍ତି ମମତାଙ୍କ ସମର୍ଥକ। ସୋମବାର ସକାଳେ ନନ୍ଦିଗ୍ରାମର ଅନେକ ଘର ଓ ଦୋକାନରେ ଭଙ୍ଗାରୁଜା କରାଯାଇଥିଲା। କେବଳ ଏତିକି ନୁହେଁ, ଭାଜପା କାର୍ଯ୍ୟାଳୟକୁ ମଧ୍ୟ ଭଙ୍ଗାରୁଜା କରିବାକୁ ଉଦ୍ୟମ ହୋଇଥିଲା। ଟିଏମସି କର୍ମକର୍ତ୍ତା ଏଭଳି କରିଥିବା ଭାଜପା ଅଭିଯୋଗ କରିଛି। ଏହା ବ୍ୟତୀତ ଭାଜପା କର୍ମୀମାନେ ଅଭିଯୋଗ କରିଛନ୍ତି ଯେ, ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ଟିଏମ୍‌ସି କର୍ମକର୍ତ୍ତାମାନେ ଦୌଡ଼ି ପଳାଇଥିଲେ। ଏହି ଘଟଣା ପରଠାରୁ ନନ୍ଦିଗ୍ରାମ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ପଶ୍ଚିମବଙ୍ଗରେ ନିର୍ବାଚନ ଫଳାଫଳ ଆସିବା ପରେ ଅନେକ ସ୍ଥାନରେ ହିଂସା ଦେଖାଦେଇଛି। ଏହି ହିଂସା ଘଟଣାରେ ପ୍ରାୟ ଚାରି ଜଣଙ୍କର ମୃତ୍ୟୁ ଘଟିଛି। ଏହା ଦକ୍ଷିଣ ୨୩ ପରଗଣା ଏବଂ ନଦିଆରେ ଭାଜପା କାର୍ଯ୍ୟକର୍ତ୍ତା, ବର୍ଦ୍ଧମାନରେ ଟିଏମସି କାର୍ଯ୍ୟକର୍ତ୍ତା ଏବଂ ଉତ୍ତର ୨୪ ପରଗଣାରେ ଆଇଏସଏଫ କର୍ମୀ ନିଜ ଜୀବନ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri