‘ମହିଳାଙ୍କ ଆଦର୍ଶ ନନ୍ଦିନୀ ଦେବୀ’

ଢେଙ୍କାନାଳ ଅଫିସ, ୧୦।୬: ଢେଙ୍କାନାଳରେ ବିଭିନ୍ନ ସଙ୍ଗଠନ ଓ ଅନୁଷ୍ଠାନ ପକ୍ଷରୁ ଶୁକ୍ରବାର ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ଓ ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୯୨ତମ ଜୟନ୍ତୀ ପାଳିତ ହୋଇଯାଇଛି। ମଧ୍ୟାହ୍ନରେ ଷ୍ଟାଡିୟମ୍‌ ପରିସରରେ ଥିବା ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ପୌର ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର, ରାମଚନ୍ଦ୍ର ପାତ୍ର, ରାଜ୍ୟ ବନ ନିଗମ ଉପଦେଷ୍ଟା ଦେବୀ ପ୍ରସାଦ ଭୂତିଆ, ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର, ଜିଲା ସାମ୍ବାଦିକ ସଂଘ ସମ୍ପାଦକ ସତ୍ୟସ୍ବରୂପ ଦାସ, ଗଗନ ବିହାରୀ ପଣ୍ଡା, କାଉନ୍‌ସିଲର ସନ୍ଦୀପ ଷଡ଼ଙ୍ଗୀ, ନୀରଦ କୁମାର ସାହୁ, ସୂର୍ଯ୍ୟପ୍ରତାପ ରାଉତ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ପୌରାଧ୍ୟକ୍ଷା କହିଲେ, ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ମହିଳାଙ୍କ ପାଇଁ ଆଦର୍ଶ। ଜଣେ ଦୃଢ଼ମନା ଓ ନିର୍ଭୀକ ବ୍ୟକ୍ତିତ୍ୱର ସେ ଥିଲେ ଅଧିକାରିଣୀ। ତାଙ୍କରି ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବାକୁ ପୌରାଧ୍ୟକ୍ଷା ଆହ୍ବାନ ଦେଇଥିଲେ।
ସେହିପରି ‘ଆମ ପ୍ରତିଭା ଆମ ସମ୍ମାନ’ ଅନୁଷ୍ଠାନ ପକ୍ଷରୁ ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଅନୁଷ୍ଠାନର ପ୍ରତିଷ୍ଠାତା ଏମ୍‌ପି ମହେଶ ସାହୁ, ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ପ୍ରମୁଖ ସକାଳ ୭ଟାରେ ପ୍ରତିମୂର୍ତ୍ତି ନିକଟରେ ଉପସ୍ଥିତ ରହି ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ମାଟ୍ରିକ୍‌ ପରୀକ୍ଷାରେ ମାତୃଭାଷା ଓଡ଼ିଆରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ସେମାନଙ୍କ ଅଭିଭାବକ ଓ ଶିକ୍ଷୟିତ୍ରୀ ସମ୍ବର୍ଦ୍ଧିତ ହୋଇଥିଲେ। ଅନୁଷ୍ଠାନର ସଭାପତି ପ୍ରିୟରଞ୍ଜନ ମାହୁନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରୁଦ୍ରାନ୍ତ ଦଳେଇ, ପ୍ରତାପ ଦାସ, ଶୁଭଲକ୍ଷ୍ମୀ ସାହୁ, ସଦାଶିବ ମହାପାତ୍ର, ଶ୍ୟାମସୁନ୍ଦର ସାହୁ, ଜିତେନ୍ଦ୍ର ପଟ୍ଟନାୟକ, ଶିକ୍ଷକ ଦେବୀ ପ୍ରସାଦ ମିଶ୍ର, ସତ୍ୟନାରାୟଣ କର, କାହ୍ନୁ ଦଳେଇ, ଶେଖର ସେଠୀ, ଦୁଷ୍ମନ୍ତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ନନ୍ଦିନୀ ଦେବୀଙ୍କ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri