‘ମହିଳାଙ୍କ ଆଦର୍ଶ ନନ୍ଦିନୀ ଦେବୀ’

ଢେଙ୍କାନାଳ ଅଫିସ, ୧୦।୬: ଢେଙ୍କାନାଳରେ ବିଭିନ୍ନ ସଙ୍ଗଠନ ଓ ଅନୁଷ୍ଠାନ ପକ୍ଷରୁ ଶୁକ୍ରବାର ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ଓ ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୯୨ତମ ଜୟନ୍ତୀ ପାଳିତ ହୋଇଯାଇଛି। ମଧ୍ୟାହ୍ନରେ ଷ୍ଟାଡିୟମ୍‌ ପରିସରରେ ଥିବା ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପୌରାଧ୍ୟକ୍ଷା ଜୟନ୍ତୀ ପାତ୍ର, ପୌର ଉପାଧ୍ୟକ୍ଷ ପ୍ରକାଶ ଚନ୍ଦ୍ର କୁଅଁର, ରାମଚନ୍ଦ୍ର ପାତ୍ର, ରାଜ୍ୟ ବନ ନିଗମ ଉପଦେଷ୍ଟା ଦେବୀ ପ୍ରସାଦ ଭୂତିଆ, ଜିଲା ବିଜେଡି ସାଧାରଣ ସମ୍ପାଦକ ଦେବାଶିଷ ମିଶ୍ର, ଜିଲା ସାମ୍ବାଦିକ ସଂଘ ସମ୍ପାଦକ ସତ୍ୟସ୍ବରୂପ ଦାସ, ଗଗନ ବିହାରୀ ପଣ୍ଡା, କାଉନ୍‌ସିଲର ସନ୍ଦୀପ ଷଡ଼ଙ୍ଗୀ, ନୀରଦ କୁମାର ସାହୁ, ସୂର୍ଯ୍ୟପ୍ରତାପ ରାଉତ ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ପୌରାଧ୍ୟକ୍ଷା କହିଲେ, ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ମହିଳାଙ୍କ ପାଇଁ ଆଦର୍ଶ। ଜଣେ ଦୃଢ଼ମନା ଓ ନିର୍ଭୀକ ବ୍ୟକ୍ତିତ୍ୱର ସେ ଥିଲେ ଅଧିକାରିଣୀ। ତାଙ୍କରି ଆଦର୍ଶରେ ସମସ୍ତେ ଅନୁପ୍ରାଣିତ ହେବାକୁ ପୌରାଧ୍ୟକ୍ଷା ଆହ୍ବାନ ଦେଇଥିଲେ।
ସେହିପରି ‘ଆମ ପ୍ରତିଭା ଆମ ସମ୍ମାନ’ ଅନୁଷ୍ଠାନ ପକ୍ଷରୁ ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଅନୁଷ୍ଠାନର ପ୍ରତିଷ୍ଠାତା ଏମ୍‌ପି ମହେଶ ସାହୁ, ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ପ୍ରମୁଖ ସକାଳ ୭ଟାରେ ପ୍ରତିମୂର୍ତ୍ତି ନିକଟରେ ଉପସ୍ଥିତ ରହି ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ମାଟ୍ରିକ୍‌ ପରୀକ୍ଷାରେ ମାତୃଭାଷା ଓଡ଼ିଆରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ସେମାନଙ୍କ ଅଭିଭାବକ ଓ ଶିକ୍ଷୟିତ୍ରୀ ସମ୍ବର୍ଦ୍ଧିତ ହୋଇଥିଲେ। ଅନୁଷ୍ଠାନର ସଭାପତି ପ୍ରିୟରଞ୍ଜନ ମାହୁନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରୁଦ୍ରାନ୍ତ ଦଳେଇ, ପ୍ରତାପ ଦାସ, ଶୁଭଲକ୍ଷ୍ମୀ ସାହୁ, ସଦାଶିବ ମହାପାତ୍ର, ଶ୍ୟାମସୁନ୍ଦର ସାହୁ, ଜିତେନ୍ଦ୍ର ପଟ୍ଟନାୟକ, ଶିକ୍ଷକ ଦେବୀ ପ୍ରସାଦ ମିଶ୍ର, ସତ୍ୟନାରାୟଣ କର, କାହ୍ନୁ ଦଳେଇ, ଶେଖର ସେଠୀ, ଦୁଷ୍ମନ୍ତ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ନନ୍ଦିନୀ ଦେବୀଙ୍କ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri