ସାଲିସ ବିହୀନ ଓ ବିଚକ୍ଷଣା ଥିଲେ ନନ୍ଦିନୀ ଦେବୀ

ଭଦ୍ରକ,୯ା୬(ସନାତନ ରାଉତ): ସାଲିସ ବିହୀନ, ବିଚକ୍ଷଣ ରାଜନେତା ସହ ଜଣେ ସୁସାହିତି୍ୟକା, ଅନୁବାଦକ ଥିଲେ ଲୌହ ମାନବୀ ତଥା ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀ। ତାଙ୍କର ମୁଖ୍ୟମନ୍ତ୍ରୀତ୍ୱ ସମୟରେ ବିଭିନ୍ନ କଠୋର ପଦକ୍ଷେପ ନେଇ ଅଦମ୍ୟ ସାହସିକତାର ପରିଚୟ ଦେଇଥିଲେ ବୋଲି ନନ୍ଦିନୀ ଶତପଥୀଙ୍କ ୯୩ତମ ଜୟନ୍ତୀ ପାଳନ ଅବସରରେ ବକ୍ତାମାନେ ମତ ପ୍ରକାଶ କରିଥିଲେ l ରବିବାର ଭଦ୍ରକ ଧରିତ୍ରୀ କାର୍ଯ୍ୟାଳୟ ନିକଟସ୍ଥ ମହତାବ ନଗର ମଙ୍ଗଳା ମନ୍ଦିର ସଭା ଗୃହରେ ଅନୁଷ୍ଠିତ ଜୟନ୍ତୀ ଉତ୍ସବରେ ଶିକ୍ଷାବିତ କମଳାକାନ୍ତ ସ୍ବାଇଁ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଅରବିନ୍ଦ ବସନ୍ତ ରାୟ, ମୁଖ୍ୟ ବକ୍ତା ସ୍ତମ୍ଭକାର ଡ. ପ୍ରଫୁଲ୍ଲ କୁମାର ସାହୁ, ଅନ୍ୟତମ ବକ୍ତା ଆଇନଜୀବୀ ଗଦାଧର ବଳ ଯୋଗ ଦେଇ ସ୍ବର୍ଗତ ନନ୍ଦିନୀ ଦେବୀଙ୍କ ଭୂସଂସ୍କାର ଆଇନ ପ୍ରଣୟନ, ନକ୍ସଲ ଆନ୍ଦୋଳନରେ ଭୂମିକା ଓ ତାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ। ଭଦ୍ରକ ଜିଲା ପ୍ରତିନିଧି ସନାତନ ରାଉତ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସର୍ବୋଦୟ ମଣ୍ଡଳ ସଭାପତି ଅମର ପାଣିଗ୍ରାହୀ ନନ୍ଦିନୀଙ୍କ ଉପରେ ସ୍ବରଚିତ କବିତା ପାଠ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖବରଦାତା ରବିବାର ନାରାୟଣ ଖିଲାର, ଅମରେଶ ପଲାଇ ନିଜର ମତ ରଖିଥିବା ବେଳେ ସୁର ମାଧବ ପାଣି, ଦେବେନ୍ଦ୍ର ପଲାଇ, ଅମୀୟ ନାୟକ, ବାବୁଲି ସାହୁ, ଅଜୟ ଲେଙ୍କା, ଗଙ୍ଗାଧର ଦାସ, ଶୁଭଦୀପ ମଲ୍ଲିକ, ଶୁଭ୍ରକାନ୍ତ ରାଉତ, କମଳ ପଣ୍ଡା, ବିଜୟ କୁଅଁର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?