‘ନନ୍ଦିନୀ ଦେବୀ ଥିଲେ ଜଣେ ସାଲିସବିହୀନ ବ୍ୟକ୍ତିତ୍ୱ’

ଭଞ୍ଜନଗର,୯।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ ପାଳିତ ହୋଇଯାଇଛି। ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସଂସଦର ସଭାପତି କୃତିବାସ ବିଶ୍ବାଳ ଅଧ୍ୟକ୍ଷତା କରିଥିଲେ। ଏଥିରେ ଅତିଥି ଭାବେ କେନ୍ଦୁପଦର କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ ସନ୍ତୋଷ କୁମାର ଆପଟ,ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ବିଭାସ ଦାସ, ଅବସରପ୍ରାପ୍ତ ପ୍ରାଧ୍ୟାପକ ଦାମୋଦର ଷଡ଼ଙ୍ଗୀ, ଘୁମୁସର ଗବେଷଣା ପ୍ରତିଷ୍ଠାନର ସମ୍ପାଦକ ଅଧ୍ୟାପକ ତପନ ମିଶ୍ର, ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ରାଜ୍ୟ ଉପଦେଷ୍ଟା ଜଗବନ୍ଧୁ ଜେନା, ମାଧ୍ୟମିକ ସ୍କୁଲ ଶିକ୍ଷକ ସଙ୍ଘ ଗଞ୍ଜାମ ଜିଲ୍ଲା ସଭାପତି ସନ୍ତୋଷ ଜେନା, ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ପୂର୍ବତନ ଶିକ୍ଷୟିତ୍ରୀ ଶୁଭସ୍ମିତା ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ସଭାପତି ବିଶ୍ବାଳ କହିଥିଲେ ଯେ, ଯୌତୁକ ନିର୍ଯାତନା ନିରୋଧ ଆଇନ, ଓଡ଼ିଶା ଭୂସଂସ୍କାର ଆଇନ, ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକୁ ପ୍ରତ୍ୟକ୍ଷ ଦରମା ପ୍ରଦାନ, କେନ୍ଦୁପତ୍ର ତୋଳାଳୀଙ୍କ ପାରିଶ୍ରମିକ ବୃଦ୍ଧି, ଉତ୍କଳ ଦିବସକୁ ସରକାରୀ ଉତ୍ସବ ଭାବେ ପାଳନ, ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ ଭଳି ଯୁଗାନ୍ତକାରୀ ନିଷ୍ପତ୍ତି ନନ୍ଦିନୀ ଦେବୀ ନେଇଥିଲେ। ସନ୍ତୋଷ ଜେନା କହିଥିଲେ ଡହ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ ସମୟରେ ତାଙ୍କରି ନାମରେ ନନ୍ଦିନୀପଲ୍ଲୀ ଗ୍ରାମ ପ୍ରତିଷ୍ଠା ହୋଇଛି। ଭଞ୍ଜନଗର ଅଞ୍ଚଳରେ ଉକ୍ତ ପ୍ରକଳ୍ପ ଆଜି ଜଳସେଚନ କ୍ଷେତ୍ରରେ ପ୍ରମୁଖ ଭୂମିକା ନିଭାଉଛି। ଦାମୋଦର ଷଡ଼ଙ୍ଗୀ କହିଥିଲେ ରେଙ୍ଗାଲି ନଦୀ ବନ୍ଧ ଓ ଅପର କୋଲାବ ନନ୍ଦୀ ବନ୍ଧ ଯୋଜନା ତାଙ୍କରି ଶାସନ ସମୟରେ ହୋଇଥିଲା। ରାଉରକେଲାରେ ଏସିଆଟିକ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ କରିଥିଲେ। ଯାହାକି ପରବର୍ତ୍ତୀ ପର୍ଯ୍ୟାୟରେ କରୋନା ସମୟରେ ଅକ୍ସିଜେନ ଯୋଗାଇବାରେ ପ୍ରମୁଖ ଭୂମିକା ନିଭାଇଥିଲେ ବୋଲି ଷଡଙ୍ଗୀ କହିଥିଲେ। ସନ୍ତୋଷ ଆପଟ କହିଥିଲେ, ନନ୍ଦିନୀ ଦେବୀ ଜଣେ ସାଲିସବିହୀନ ବ୍ୟକ୍ତିତ୍ୱ ଥିଲେ। ନୀତି ଓ ଆଦର୍ଶ ପାଇଁ ମୁଖ୍ୟମନ୍ତ୍ରୀ ପଦବୀ ୍ଯଯଯ ତ୍ୟାଗ କରିବାକୁ ସେ ପଛେଇନଥିଲେ। ତପନ ମିଶ୍ର କହିଥିଲେ
ନନ୍ଦିନୀ ଦେବୀଙ୍କ ସ୍ମୃତିରେ ଆଜି ଜାତୀୟ କନ୍ୟା ଦିବସ ପାଳିତ ହେଉଛି। ଛାତ୍ରୀ ଜୀବନରୁ ହିଁ ତାଙ୍କର ସଂଗ୍ରାମୀ ମାନସିକତା ପରିଲକ୍ଷିତ ହୋଇଥିଲା। ଯେଉଁଥିପାଇଁ ସେ ବ୍ରିଟିଶ ସରକାରଙ୍କ ଆକ୍ରୋଶର ଶିକାର ହେବାସହ ଜେଲ ଦଣ୍ଡ ଭୋଗିଥିଲେ ବୋଲି ବକ୍ତାମାନେ କହିଥିଲେ। ସମ୍ପାଦକ ବାବୁଲା ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ରମେଶ ବେହେରା, ଗୋପାଳ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ। ଏହି ଅବସରରେ ଆଶ୍ରମ ପରିସରରେ ଚାରାରୋପଣ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri