Posted inଜାତୀୟ

ନନ୍ଦିନୀଙ୍କୁ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ

ନୂଆଦିଲ୍ଲୀ,୧୭।୪: ରାଜସ୍ଥାନର ୧୯ ବର୍ଷୀୟା ନନ୍ଦିନୀ ଗୁପ୍ତା ୨୦୨୩ ବର୍ଷ ପାଇଁ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ ଜିତିଛନ୍ତି। ଦିଲ୍ଲୀର ଶେୟା ପୁଞ୍ଜା ପ୍ରଥମ ରନର୍ସ ଅପ୍‌ ହୋଇଥିବାବେଳେ ମଣିପୁରର ଥୋଉନାଓଜାମ୍‌ ଷ୍ଟ୍ରେଲା ଲୁଓ୍ବାଙ୍ଗ ଦ୍ୱିତୀୟ ରନର୍ସ ଅପ୍‌ ହୋଇଛନ୍ତି। ମଣିପୁର ଇମ୍ଫାଲର ଇନ୍‌ଡୋର ଷ୍ଟାଡିୟମ୍‌ରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଶନିବାର ରାତିରେ ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ବିଜ୍‌ନେସ ମ୍ୟାନେଜମେଣ୍ଟରେ ଡିଗ୍ରୀ ହାସଲ କରିଥିବା ନନ୍ଦିନୀଙ୍କର ବିଭିନ୍ନ ଚ୍ୟାଲେଞ୍ଜକୁ ସମ୍ମୁଖୀନ ହେବାରେ ଉତ୍ସର୍ଗୀକୃତ ଉଦ୍ୟମ ପାଇଁ ସେ ମିସ୍‌ ଇଣ୍ଡିଆ ମୁକୁଟ ଜିତିବାରେ ସଫଳ ହୋଇଛନ୍ତି। ଗତବର୍ଷର ମିସ୍‌ ଇଣ୍ଡିଆ ସିନି ସେଟ୍ଟୀ ନନ୍ଦିନୀଙ୍କୁ ମିସ୍‌ ଇଣ୍ଡିଆ ମୁକୁଟ ପିନ୍ଧାଇଥିଲେ। ଏବେ ନନ୍ଦିନୀ ୭୧ତମ ମିସ୍‌ ୱାଲର୍‌ଡ ପାଜେଣ୍ଟରେ ଭାରତକୁ ପ୍ରତିନିଧିତ୍ୱ କରିବେ। ତାଙ୍କୁ ୧୦ ବର୍ଷ ହୋଇଥିବାବେଳେ ସେ ମିସ୍‌ ଇଣ୍ଡିଆ ପାଇଁ ସ୍ବପ୍ନ ଦେଖିଥିଲେ। ସେ ସେଣ୍ଟ ପଉଲ୍ସ ସିନିୟର ସେକେଣ୍ଡାରୀ ସ୍କୁଲରୁ ପାଠପଢ଼ା ସାରି ଲାଲା ଲଜପତ୍‌ ରାୟ କଲେଜ୍‌ରେ ବିଜିନେସ୍‌ ମ୍ୟାନେଜ୍‌ମେଣ୍ଟ କରିଛନ୍ତି। ରତନ ଟାଟା ତାଙ୍କ ଜୀବନର ବଡ଼ ଇନ୍‌ଫ୍ଲୁଏନ୍ସର ବୋଲି ସେ ଏକ ସାକ୍ଷାତ୍‌କାରରେ କହିଛନ୍ତି। ତାଙ୍କର ଫେମିନା ମିସ୍‌ ଇଣ୍ଡିଆ ପାଜେଣ୍ଟ ଯାତ୍ରାରେ ୨୦୦୦ର ମିସ୍‌ ୱାଲର୍‌ଡ ପ୍ରିୟଙ୍କା ଚୋପ୍ରା ବଡ଼ ପ୍ରେରଣା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri