ନାରୀ ସଶକ୍ତୀକରଣର ମୂର୍ତ୍ତିମନ୍ତ ପ୍ରତୀକ ନନ୍ଦିନୀ

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଛାତ୍ରୀ ଜୀବନରୁ କମ୍ୟୁନିଷ୍ଟ ଚିନ୍ତାଧାରାରେ ପ୍ରଭାବିତ ହୋଇ ରେଭେନ୍‌ଶା କଲେଜରେ ଛାତ୍ର ଆନ୍ଦୋଳନରେ ଯୋଗଦେଇଥିଲେ। ପରବର୍ତ୍ତୀ ସମୟରେ କଂଗ୍ରେସରେ ଯୋଗଦେଇ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଅନ୍ତରଙ୍ଗ ସହଯୋଗୀ ପାଲଟିଯାଇଥିଲେ। ରାଜ୍ୟ ସଭାକୁ ନିର୍ବାଚିତ ହେବା ସହ କେନ୍ଦ୍ର ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ସୁଚାରୁ ରୂପେ ସମ୍ପାଦନା କରିଥିଲେ। ଏହାପରେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରି ଜଣେ ଦକ୍ଷ ପ୍ରଶାସିକାର ପରିଚୟ ଦେଇଥିଲେ। ସେ ପ୍ରଥମେ କଟକ ସହରରୁ ଉପନିର୍ବାଚନରେ ବିଧାୟିକା ଭାବେ ନିର୍ବାଚିତ ହେବାପରେ ବିଭିନ୍ନ ସମୟରେ ଅନ୍ୟ ନିର୍ବାଚନମଣ୍ଡଳୀରୁ ଜିତିଥିଲେ। ସେ ଥିଲେ ଜଣେ ଅପରାଜେୟ ନେତ୍ରୀ। ଏଥିସହ ସୁଲେଖିକା ଭାବେ ବହୁ ସାହିତ୍ୟ ରଚନା କରି ଓଡ଼ିଶାର ବାଣୀଭଣ୍ଡାରକୁ ସମୃଦ୍ଧ କରିଥିଲେ। ନନ୍ଦିନୀ ଶତପଥୀ ନାରୀ ସଶକ୍ତୀକରଣର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ବୋଲି ଶୁକ୍ରବାର ତାଙ୍କ ୧୭ତମ ଶ୍ରାଦ୍ଧୋତ୍ସବରେ ବକ୍ତାମାନେ ମତ ପ୍ରକାଶ କରିଛନ୍ତି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରାଜଭବନ ନିକଟସ୍ଥ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଆୟୋଜିତ ଶ୍ରାଦ୍ଧୋତ୍ସବକୁ ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ ସଂଯୋଜନା କରିଥିଲେ। ଶିକ୍ଷାବିତ୍‌ କାମଦେବ ମହାପାତ୍ର ସ୍ବରଚିତ କବିତା ଆବୃତ୍ତି କରିଥିଲେ। ବିଧାୟକ ସୁରେଶ କୁମାର ରାଉତରାୟ, ପୂର୍ବତନ ମନ୍ତ୍ରୀ ସୀତାକାନ୍ତ ମହାପାତ୍ର, ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି, ବିଜେଡି ରାଜ୍ୟ ଯୁଗ୍ମ ସାଧାରଣ ସମ୍ପାଦକ ରୁଦ୍ରନାରାୟଣ ସାମନ୍ତରାୟ, କର୍ପୋରେଟର ଅମରେଶ ଜେନା, ଉଇ ଫର୍‌ ଭୁବନେଶ୍ୱର ଓ ଜୟ ଓଡ଼ିଶାର କର୍ମକର୍ତ୍ତା, ପୂର୍ବତନ କର୍ପୋରେଟର ନରେନ୍‌ ସାହୁ, ଶାଶ୍ୱତୀ ମିଶ୍ର, ରମାନାଥ ସାମନ୍ତରାୟ, ପ୍ରାଧ୍ୟାପକ ଡକ୍ଟର ରଙ୍ଗାଧର ସାହୁ, ରମେଶ ଚନ୍ଦ୍ର ପାତାଳସିଂହ, ଅଶ୍ୱିନୀ ପଟ୍ଟନାୟକ, ପ୍ରଗତି ରଥ, ଉଷାରାଣୀ ମହାନ୍ତି, ରୀତା ମହାନ୍ତି, ଅନୁପମା ବେହେରା, ଶାନ୍ତିଲତା ସାହୁ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଆଡ୍‌ଭୋଟେ୍‌ ରମାବଲ୍ଲଭ ରଥ, ବୁଦ୍ଧରାମ, ସମରେନ୍ଦ୍ର ସାହୁ, ଉଷାରାଣୀ ମହାନ୍ତି, ରଘୁନାଥ ରାୟ, ଭବାନୀ ଶଙ୍କର ଜଗଦ୍ଦେବ, ରଘୁନାଥ ପାତ୍ର, ଅଜୟ କୁମାର ହରିଚନ୍ଦନ, ମନୋରଞ୍ଜନ ପଟ୍ଟନାୟକ, ନାରାୟଣ ମହାପାତ୍ର, ରଶ୍ମିତା ମଲ୍ଲିକ, ରାଜେଶ୍ୱର ହୋତା ଓ ସୀତାକାନ୍ତ ମହାପାତ୍ରଙ୍କୁ ‘ନନ୍ଦିନୀ ଶତପଥୀ ସ୍ମୃତି ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଲକ୍ଷ୍ମୀଧର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri