ନନ୍ଦିନୀ ଥିଲେ ନାରୀ ପ୍ରଗତିର ମୂର୍ତ୍ତିମନ୍ତ ପ୍ରତୀକ

ଭୁବନେଶ୍ୱର,୫।୮(ବ୍ୟୁରୋ):ନନ୍ଦିନୀ ଶତପଥୀ ଥିଲେ ନାରୀ ସଶକ୍ତୀକରଣ ଓ ପ୍ରଗତିର ପ୍ରତୀକ। ନାରୀ ସ୍ବାଧୀନତା ପାଇଁ ସେ ଆଜୀବନ ଲଢ଼େଇ କରିଥିଲେ। ପ୍ରଶାସନିକ ନିଷ୍ପତ୍ତି ନେବାରେ କଠୋର ଥିବାବେଳେ ଜନକଲ୍ୟାଣ କାର୍ଯ୍ୟରେ ଜଣେ ମା’ ଭାବରେ ସ୍ନେହମୟୀର ଭୂମିକା ନିର୍ବାହ କରୁଥିଲେ। ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ, ପ୍ରଥମ ମହିଳା କେନ୍ଦ୍ରମନ୍ତ୍ରୀ, ସୁସାହିତି୍ୟକା, ସଂଗ୍ରାମୀ ନନ୍ଦିନୀ ଶତପଥୀଙ୍କ ଷୋଡ଼ଶ ଶ୍ରାଦ୍ଧବାର୍ଷିକ ପାଳନ ଅବସରରେ ଅତିଥିମାନେ ଏହି ମତବ୍ୟକ୍ତ କରିଛନ୍ତି।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗୁରୁବାର ରାଜଭବନ ନିକଟ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ପୂର୍ବତନ ଅର୍ଥମନ୍ତ୍ରୀ ତଥା କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ପୂର୍ବତନ ମହାନଗରପାଳ ମିହିର ମହାନ୍ତି, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ, ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ରାଜ୍ୟ ଆବାହକ ପ୍ରବୀର ମହାନ୍ତି, ଉତ୍କଳ ସମ୍ମିଳନୀ ସଭାପତି ପ୍ରଫେସର ଡ. ଅଦ୍ବୈତ କୁମାର ପାତ୍ର, ନାରୀ ନେତ୍ରୀ ଉଷାରାଣୀ ମହାନ୍ତି, ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଗିରିଜା ମହାପାତ୍ର ପ୍ରମୁଖ ଯୋଗଦେଇ ନନ୍ଦିନୀଙ୍କ ସ୍ମୃତିଚାରଣ କରିଥିଲେ। ସେମାନେ କହିଥିଲେ, ନନ୍ଦିନୀ ସ୍କୁଲ୍‌ ଜୀବନରୁ ସାମ୍ୟବାଦୀ ଆନ୍ଦୋଳନରେ ସାମିଲ୍‌ ହୋଇ ବ୍ରିଟିଶ୍‌ ବିରୋଧରେ ସଂଗ୍ରାମ କରି ବିପ୍ଳବିନୀର ଭୂମିକା ନିର୍ବାହ କରିଥିଲେ। ରେଭେନ୍‌ଶା କଲେଜ ରାଜନୀତିରେ ସାମିଲ ହୋଇ ପରବର୍ତ୍ତୀ ସମୟରେ ପ୍ରତ୍ୟକ୍ଷ ରାଜନୀତିକୁ ଓହ୍ଲାଇଥିଲେ। ପ୍ରଥମେ କମ୍ୟୁନିଷ୍ଟ ପାର୍ଟି ଓ ପରେ କଂଗ୍ରେସରେ ଯୋଗଦେଇଥିଲେ। ଇନ୍ଦିରା ଗାନ୍ଧୀଙ୍କ ଅନ୍ତରଙ୍ଗ ଭାବରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇ ୧୯୬୬ରେ କେନ୍ଦ୍ରମନ୍ତ୍ରୀ ହୋଇଥିଲେ। ୧୯୭୨ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୁକୁଟ ପିନ୍ଧି ରାଜ୍ୟବାସୀ ତଥା ରାଜ୍ୟର ମହିଳାଙ୍କ ପାଇଁ ପ୍ରଭାବଶାଳୀ ପଦକ୍ଷେପ ନେଇଥିଲେ। ୧୯୭୭ରୁ ୧୯୯୦ ପର୍ଯ୍ୟନ୍ତ ଢେଙ୍କାନାଳ ନିର୍ବାଚନମଣ୍ଡଳୀରୁ ଲଗାତର ଜନତାଦଳ, କଂଗ୍ରେସ ଓ ସ୍ବାଧୀନ ଭାବେ ବିଧାୟିକା ହୋଇଥିଲେ। ୧୯୮୫ରେ ଜାଗ୍ରତ ଓଡ଼ିଶା ଗଠନ କରି ଓଡ଼ିଶାରେ ବିକଳ୍ପ ରାଜନୈତିକ କାର୍ଯ୍ୟକ୍ରମ ଆରମ୍ଭ କରିବା ପାଇଁ ଉଦ୍ୟମ କରିଥିଲେ। ସେ ଏକମାତ୍ର ନାରୀ ନେତ୍ରୀ ଭାବରେ ଅପରାଜେୟର ମର୍ଯ୍ୟାଦା ଲାଭ କରିଥିଲେ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ। ଏହି ଅବସରରେ ନାରୀନେତ୍ରୀ ଉଷାରାଣୀ ମହାନ୍ତିଙ୍କୁ ‘ନନ୍ଦିନୀ ଶତପଥୀ ସ୍ମୃତି ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ବିଭାଗୀୟ ଅନୁଶାସନ ସଚିବ ଲକ୍ଷ୍ମୀଧର ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ନନ୍ଦିନୀଙ୍କ ଶ୍ରାଦ୍ଧବାର୍ଷିକୀରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ ଧରଣରର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?