ନନ୍ଦିନୀ ଥିଲେ ନାରୀ ପ୍ରଗତିର ମୂର୍ତ୍ତିମନ୍ତ ପ୍ରତୀକ

ଭୁବନେଶ୍ୱର,୫।୮(ବ୍ୟୁରୋ):ନନ୍ଦିନୀ ଶତପଥୀ ଥିଲେ ନାରୀ ସଶକ୍ତୀକରଣ ଓ ପ୍ରଗତିର ପ୍ରତୀକ। ନାରୀ ସ୍ବାଧୀନତା ପାଇଁ ସେ ଆଜୀବନ ଲଢ଼େଇ କରିଥିଲେ। ପ୍ରଶାସନିକ ନିଷ୍ପତ୍ତି ନେବାରେ କଠୋର ଥିବାବେଳେ ଜନକଲ୍ୟାଣ କାର୍ଯ୍ୟରେ ଜଣେ ମା’ ଭାବରେ ସ୍ନେହମୟୀର ଭୂମିକା ନିର୍ବାହ କରୁଥିଲେ। ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ, ପ୍ରଥମ ମହିଳା କେନ୍ଦ୍ରମନ୍ତ୍ରୀ, ସୁସାହିତି୍ୟକା, ସଂଗ୍ରାମୀ ନନ୍ଦିନୀ ଶତପଥୀଙ୍କ ଷୋଡ଼ଶ ଶ୍ରାଦ୍ଧବାର୍ଷିକ ପାଳନ ଅବସରରେ ଅତିଥିମାନେ ଏହି ମତବ୍ୟକ୍ତ କରିଛନ୍ତି।
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗୁରୁବାର ରାଜଭବନ ନିକଟ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ, ପୂର୍ବତନ ଅର୍ଥମନ୍ତ୍ରୀ ତଥା କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା, ପୂର୍ବତନ ମହାନଗରପାଳ ମିହିର ମହାନ୍ତି, ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ, ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ରାଜ୍ୟ ଆବାହକ ପ୍ରବୀର ମହାନ୍ତି, ଉତ୍କଳ ସମ୍ମିଳନୀ ସଭାପତି ପ୍ରଫେସର ଡ. ଅଦ୍ବୈତ କୁମାର ପାତ୍ର, ନାରୀ ନେତ୍ରୀ ଉଷାରାଣୀ ମହାନ୍ତି, ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଗିରିଜା ମହାପାତ୍ର ପ୍ରମୁଖ ଯୋଗଦେଇ ନନ୍ଦିନୀଙ୍କ ସ୍ମୃତିଚାରଣ କରିଥିଲେ। ସେମାନେ କହିଥିଲେ, ନନ୍ଦିନୀ ସ୍କୁଲ୍‌ ଜୀବନରୁ ସାମ୍ୟବାଦୀ ଆନ୍ଦୋଳନରେ ସାମିଲ୍‌ ହୋଇ ବ୍ରିଟିଶ୍‌ ବିରୋଧରେ ସଂଗ୍ରାମ କରି ବିପ୍ଳବିନୀର ଭୂମିକା ନିର୍ବାହ କରିଥିଲେ। ରେଭେନ୍‌ଶା କଲେଜ ରାଜନୀତିରେ ସାମିଲ ହୋଇ ପରବର୍ତ୍ତୀ ସମୟରେ ପ୍ରତ୍ୟକ୍ଷ ରାଜନୀତିକୁ ଓହ୍ଲାଇଥିଲେ। ପ୍ରଥମେ କମ୍ୟୁନିଷ୍ଟ ପାର୍ଟି ଓ ପରେ କଂଗ୍ରେସରେ ଯୋଗଦେଇଥିଲେ। ଇନ୍ଦିରା ଗାନ୍ଧୀଙ୍କ ଅନ୍ତରଙ୍ଗ ଭାବରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇ ୧୯୬୬ରେ କେନ୍ଦ୍ରମନ୍ତ୍ରୀ ହୋଇଥିଲେ। ୧୯୭୨ରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୁକୁଟ ପିନ୍ଧି ରାଜ୍ୟବାସୀ ତଥା ରାଜ୍ୟର ମହିଳାଙ୍କ ପାଇଁ ପ୍ରଭାବଶାଳୀ ପଦକ୍ଷେପ ନେଇଥିଲେ। ୧୯୭୭ରୁ ୧୯୯୦ ପର୍ଯ୍ୟନ୍ତ ଢେଙ୍କାନାଳ ନିର୍ବାଚନମଣ୍ଡଳୀରୁ ଲଗାତର ଜନତାଦଳ, କଂଗ୍ରେସ ଓ ସ୍ବାଧୀନ ଭାବେ ବିଧାୟିକା ହୋଇଥିଲେ। ୧୯୮୫ରେ ଜାଗ୍ରତ ଓଡ଼ିଶା ଗଠନ କରି ଓଡ଼ିଶାରେ ବିକଳ୍ପ ରାଜନୈତିକ କାର୍ଯ୍ୟକ୍ରମ ଆରମ୍ଭ କରିବା ପାଇଁ ଉଦ୍ୟମ କରିଥିଲେ। ସେ ଏକମାତ୍ର ନାରୀ ନେତ୍ରୀ ଭାବରେ ଅପରାଜେୟର ମର୍ଯ୍ୟାଦା ଲାଭ କରିଥିଲେ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ। ଏହି ଅବସରରେ ନାରୀନେତ୍ରୀ ଉଷାରାଣୀ ମହାନ୍ତିଙ୍କୁ ‘ନନ୍ଦିନୀ ଶତପଥୀ ସ୍ମୃତି ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ବିଭାଗୀୟ ଅନୁଶାସନ ସଚିବ ଲକ୍ଷ୍ମୀଧର ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ନନ୍ଦିନୀଙ୍କ ଶ୍ରାଦ୍ଧବାର୍ଷିକୀରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri