ସାରସ୍ବତ ସୃଷ୍ଟିରେ ନନ୍ଦିନୀ ଶତପଥୀଙ୍କ ଭୂମିକା ଅତୁଳନୀୟ

ଭୁବନେଶ୍ୱର, ୫।୮ (ଶର୍ମିଷ୍ଠା ପାଣିଗ୍ରାହୀ):ଓଡ଼ିଶାରେ ମହିଳା ସଶକ୍ତୀକରଣ ପାଇଁ ପ୍ରଥମ ଓ ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଦୃଢ଼ ପଦକ୍ଷେପ ନେଇଥିଲେ। ମା’ମାନେ ଯେତେବେଳେ ହାଣ୍ଡିଶାଳରୁ ବାହାରୁ ନ ଥିଲେ, ସେତେବେଳେ ନନ୍ଦିନୀ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରୁ ଆନ୍ଦୋଳନ ଆରମ୍ଭ କରିଥିଲେ। ତାଙ୍କ ପରିଚୟ ଦେବାବେଳେ ଅନେକେ ତାଙ୍କୁ ରାଜନୀତି ମଧ୍ୟରେ ସୀମିତ ରଖନ୍ତି। ମାତ୍ର ସାରସ୍ବତ ସୃଷ୍ଟି କ୍ଷେତ୍ରରେ ତାଙ୍କର ଭୂମିକା ଅତୁଳନୀୟ ଥିଲା। ଜଣେ ଲେଖିକା ଭାବେ ସମାଜର ସ୍ବରକୁ ସେ ତାଙ୍କ ଲେଖାରେ ଶାଣିତ କରୁଥିଲେ ବୋଲି ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ରବିବାର ରାଜଭବନ ନିକଟ ପ୍ରତିମୂର୍ତ୍ତିସ୍ଥଳରେ ବିଶିଷ୍ଟ ସାରସ୍ବତ ସାଧିକା ତଥା ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଅଷ୍ଟାଦଶ ବାର୍ଷିକ ପୁଣ୍ୟତିଥି ଅନୁଷ୍ଠିତ ହୋଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ପୂଜ୍ୟପୂଜା ଅଧିକାରୀ ଲକ୍ଷ୍ମୀଧର ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରି କହିଲେ, ଆଜିଠୁ ମାଲ୍ୟାର୍ପଣ ସମୟରେ ଫୁଲମାଳ ନୁହେଁ, ବସ୍ତ୍ର ଅର୍ପଣ କରାଯିବ। ଆଗାମୀ ଦିନରେ ଯେଉଁ ବରପୁତ୍ରଙ୍କ ଜୟନ୍ତୀ ପାଳନ ହେବ, ତାଙ୍କ ପ୍ରତିମୂର୍ତ୍ତିରେ ବସ୍ତ୍ର ପ୍ରଦାନ କରାଯିବ। କାର୍ଯ୍ୟକ୍ରମରେ ଗାୟକ ଆହ୍ଲାଦ ସୁରେନ୍ଦ୍ର ନାଥ ଛୋଟରାୟ ବନ୍ଦନା ଗାନ କରିଥିଲେ। ସେହିପରି ଉତ୍କଳ ସମ୍ମିଳନୀ, ଜୟ ଓଡ଼ିଶା, ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟ ପକ୍ଷରୁ ମଧ୍ୟ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ସୁରେଶ କୁମାର ରାଉତରାୟ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରା, ପ୍ରାଧ୍ୟାପକ ଡ. ରଙ୍ଗାଧର ସାହୁ, ରମେଶ ଚନ୍ଦ୍ର ପାତାଳସିଂହ, ବିଜେଡି ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟର ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି, ଅଶ୍ବିନୀ ପଟ୍ଟନାୟକ, ଅମିତ୍‌ ପାତାଳସିଂହ, ବିଜୟ ସାହୁ, ସମାଜସେବୀ ପଣ୍ଡିତ ଗିରିଜା ଶଙ୍କର ମହାପାତ୍ର, ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶାଖା ସଭାପତି ଦିଲୀପ ଦାଶଶର୍ମାଙ୍କ ସମେତ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଓ ଧରିତ୍ରୀ ପରିବାରର ସଦସ୍ୟମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?