ବ୍ୟାଘ୍ର କରିଡରରେ ଯୋଡ଼ିହେଲା ନନ୍ଦିନିଆ

ଢେଙ୍କାନାଳ ଅଫିସ, ୫।୧: ସାତକୋଶିଆ ବ୍ୟାଘ୍ର କରିଡ଼ରରେ ଯୋଡ଼ିହୋଇଛି ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ ନନ୍ଦିନିଆ ସଂରକ୍ଷିତ ଜଙ୍ଗଲ। ଜିଲାର କନ୍ଧରା ଏବଂ ନନ୍ଦିନିଆ ରିଜର୍ଭ ଫରେଷ୍ଟକୁ ଏଥିରେ ସାମିଲ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ନନ୍ଦିନିଆକୁ ସବୁଜ ସଙ୍କେତ ମିଳିଥିବାବେଳେ କନ୍ଧରା ପାଇଁ ସର୍ଭେ କାର୍ଯ୍ୟ ଜାରି ରହିଛି। କନ୍ଧରାରୁ ନନ୍ଦିନିଆ ଦେଇ ସାତକୋଶିଆ ଅଭୟାରଣ୍ୟକୁ ବାଘ ଚଲାପଥ ଭାବେ ଘୋଷଣା କରାଯାଇଥିବା ଜିଲା ବନଖଣ୍ଡ ଅଧିକାରୀ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି।
ଅପରପକ୍ଷେ ଜିଲାର ସଂରକ୍ଷିତ ଜଙ୍ଗଲରେ ବିଚରଣ କରୁଥିବା ବାଘଙ୍କ ସମ୍ପର୍କରେ ବିସ୍ତୃତ ତଥ୍ୟ ସଂଗ୍ରହ କରିବାକୁ ଡିସେମ୍ବର ୨୦୨୧ରୁ ଅଭିଯାନ ଆରମ୍ଭ ହୋଇଛି। ସ୍ବତନ୍ତ୍ର ତାଲିମପ୍ରାପ୍ତ ବନ କର୍ମଚାରୀ ଏହି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ବିଭିନ୍ନ ସ୍ଥାନରେ ୫୯ ଟ୍ରାପ୍‌ କ୍ୟାମେରା ଖଞ୍ଜାଯାଇଛି। ଜଙ୍ଗଲରେ ଅବସ୍ଥିତ ଜଳାଶୟ ନିକଟରୁ ବାଘଙ୍କ ପାଦଚିହ୍ନ ସଂଗ୍ରହ କରାଯାଇ ପରୀକ୍ଷାନିରୀକ୍ଷା କରାଯାଉଛି। ଏପ୍ରିଲ୍‌ ସୁଦ୍ଧା ଏହି ପ୍ରକ୍ରିୟା ଶେଷ ହେବ। ଏହାପରେ ରାଜ୍ୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ପ୍ରଦାନ କରାଯିବ। ଅଗଷ୍ଟ ସୁଦ୍ଧା ବାଘଗଣନା ସଂକ୍ରାନ୍ତ ପୂର୍ଣ୍ଣାଙ୍ଗ ରିପୋର୍ଟ ମିଳିବ ବୋଲି ଜିଲା ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୨୧ରେ ଟ୍ରାପ୍‌ କ୍ୟାମେରାରେ ୭ କଲରାପତରିଆ ବାଘଙ୍କ ଫଟୋଚିତ୍ର କଏଦ ହୋଇଥିଲା। ତେବେ ଶିକାରୀଙ୍କ ପ୍ରାଦୁର୍ଭାବ ଯୋଗୁ ସମ୍ପୃକ୍ତ ଜଙ୍ଗଲଗୁଡ଼ିକର ନାମ ଗୋପନ ରଖାଯାଇଛି। ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ କନ୍ଧରା ସମେତ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍‌ ଅଧୀନ ଏକୁଲ-ସେକୁଲ ଗ୍ରାମ ନିକଟବର୍ତ୍ତୀ ଘଞ୍ଚ ଜଙ୍ଗଲରେ ବାଘ ରହିଥିବା ସମ୍ଭାବନା ରହିଛି। କାରଣ ଦୁଇବର୍ଷ ତଳେ ଉକ୍ତ ଅଞ୍ଚଳରୁ ଶିକାରୀମାନେ ୨ଟି ବାଘ ଶିକାର କରିଥିଲେ। ସେମାନଙ୍କ ଛାଲ ବିକ୍ରି ଯୋଜନାକୁ ବନ ବିଭାଗ ପଣ୍ଡ କରିଥିଲା। ଏଥିରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଶିକ୍ଷକ ବନ୍ଧା ହୋଇଥିଲେ। ଜିଲାର ସଂରକ୍ଷିତ ଜଙ୍ଗଲରେ ତୃଣଭୋଜି ପ୍ରାଣୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ସମାନ୍ତରାଳ ଭାବେ ବାଘ ସଂଖ୍ୟାରେ ବୃଦ୍ଧି ଘଟୁଥିବା ଜିଲା ବନଖଣ୍ଡ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri