ବ୍ୟାଘ୍ର କରିଡରରେ ଯୋଡ଼ିହେଲା ନନ୍ଦିନିଆ

ଢେଙ୍କାନାଳ ଅଫିସ, ୫।୧: ସାତକୋଶିଆ ବ୍ୟାଘ୍ର କରିଡ଼ରରେ ଯୋଡ଼ିହୋଇଛି ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ ନନ୍ଦିନିଆ ସଂରକ୍ଷିତ ଜଙ୍ଗଲ। ଜିଲାର କନ୍ଧରା ଏବଂ ନନ୍ଦିନିଆ ରିଜର୍ଭ ଫରେଷ୍ଟକୁ ଏଥିରେ ସାମିଲ କରାଯିବାକୁ ପ୍ରସ୍ତାବ ଦିଆଯାଇଥିଲା। ତେବେ ନନ୍ଦିନିଆକୁ ସବୁଜ ସଙ୍କେତ ମିଳିଥିବାବେଳେ କନ୍ଧରା ପାଇଁ ସର୍ଭେ କାର୍ଯ୍ୟ ଜାରି ରହିଛି। କନ୍ଧରାରୁ ନନ୍ଦିନିଆ ଦେଇ ସାତକୋଶିଆ ଅଭୟାରଣ୍ୟକୁ ବାଘ ଚଲାପଥ ଭାବେ ଘୋଷଣା କରାଯାଇଥିବା ଜିଲା ବନଖଣ୍ଡ ଅଧିକାରୀ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି।
ଅପରପକ୍ଷେ ଜିଲାର ସଂରକ୍ଷିତ ଜଙ୍ଗଲରେ ବିଚରଣ କରୁଥିବା ବାଘଙ୍କ ସମ୍ପର୍କରେ ବିସ୍ତୃତ ତଥ୍ୟ ସଂଗ୍ରହ କରିବାକୁ ଡିସେମ୍ବର ୨୦୨୧ରୁ ଅଭିଯାନ ଆରମ୍ଭ ହୋଇଛି। ସ୍ବତନ୍ତ୍ର ତାଲିମପ୍ରାପ୍ତ ବନ କର୍ମଚାରୀ ଏହି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ବିଭିନ୍ନ ସ୍ଥାନରେ ୫୯ ଟ୍ରାପ୍‌ କ୍ୟାମେରା ଖଞ୍ଜାଯାଇଛି। ଜଙ୍ଗଲରେ ଅବସ୍ଥିତ ଜଳାଶୟ ନିକଟରୁ ବାଘଙ୍କ ପାଦଚିହ୍ନ ସଂଗ୍ରହ କରାଯାଇ ପରୀକ୍ଷାନିରୀକ୍ଷା କରାଯାଉଛି। ଏପ୍ରିଲ୍‌ ସୁଦ୍ଧା ଏହି ପ୍ରକ୍ରିୟା ଶେଷ ହେବ। ଏହାପରେ ରାଜ୍ୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ରିପୋର୍ଟ ପ୍ରଦାନ କରାଯିବ। ଅଗଷ୍ଟ ସୁଦ୍ଧା ବାଘଗଣନା ସଂକ୍ରାନ୍ତ ପୂର୍ଣ୍ଣାଙ୍ଗ ରିପୋର୍ଟ ମିଳିବ ବୋଲି ଜିଲା ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ୨୦୨୧ରେ ଟ୍ରାପ୍‌ କ୍ୟାମେରାରେ ୭ କଲରାପତରିଆ ବାଘଙ୍କ ଫଟୋଚିତ୍ର କଏଦ ହୋଇଥିଲା। ତେବେ ଶିକାରୀଙ୍କ ପ୍ରାଦୁର୍ଭାବ ଯୋଗୁ ସମ୍ପୃକ୍ତ ଜଙ୍ଗଲଗୁଡ଼ିକର ନାମ ଗୋପନ ରଖାଯାଇଛି। ହିନ୍ଦୋଳ ରେଞ୍ଜ୍‌ ଅନ୍ତର୍ଗତ କନ୍ଧରା ସମେତ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ୍‌ ଅଧୀନ ଏକୁଲ-ସେକୁଲ ଗ୍ରାମ ନିକଟବର୍ତ୍ତୀ ଘଞ୍ଚ ଜଙ୍ଗଲରେ ବାଘ ରହିଥିବା ସମ୍ଭାବନା ରହିଛି। କାରଣ ଦୁଇବର୍ଷ ତଳେ ଉକ୍ତ ଅଞ୍ଚଳରୁ ଶିକାରୀମାନେ ୨ଟି ବାଘ ଶିକାର କରିଥିଲେ। ସେମାନଙ୍କ ଛାଲ ବିକ୍ରି ଯୋଜନାକୁ ବନ ବିଭାଗ ପଣ୍ଡ କରିଥିଲା। ଏଥିରେ ସମ୍ପୃକ୍ତ ଅଭିଯୋଗରେ ଜଣେ ଶିକ୍ଷକ ବନ୍ଧା ହୋଇଥିଲେ। ଜିଲାର ସଂରକ୍ଷିତ ଜଙ୍ଗଲରେ ତୃଣଭୋଜି ପ୍ରାଣୀଙ୍କ ସଂଖ୍ୟା ବଢିବାରେ ଲାଗିଛି। ତେଣୁ ସମାନ୍ତରାଳ ଭାବେ ବାଘ ସଂଖ୍ୟାରେ ବୃଦ୍ଧି ଘଟୁଥିବା ଜିଲା ବନଖଣ୍ଡ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?