ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି। ଏନେଇ ବୁଧବାର ଭୁବନେଶ୍ବରର ଏକ ଘରୋଇ ହୋଟେଲରେ ଦୁହିଁଙ୍କ ଭିତରେ ଆଲୋଚନା ପରେ ସମାଧାନ ହୋଇଛି। ଉଭୟ ଗଣମାଧ୍ୟମ ଆଗରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଅଭିନେତା ସାଇ କହିଛନ୍ତି, ମୋର ଦେହ ଅସୁସ୍ଥ ଥିଲା। ବର୍ତ୍ତମାନ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ବୁଧବାର ମଞ୍ଚରେ ଚଢିବି। ଏଥିପାଇଁ ବହୁତ୍‌ ଉତ୍ସାହିତ ରହିଛି ବୋଲି ସେ କହିଛନ୍ତି। ସେହିପରି ନାଣ୍ଡୁ ବାବୁ କହିଛନ୍ତି, ସାଇଙ୍କ ଦେହ ଖରାପ ଥିବାରୁ ତାଙ୍କୁ ଦେଖା କରିଥିଲି। ସେ ମଞ୍ଚରେ ଆଗଭଳି ଅଭିନୟ କରିବାକୁ ଯାଉଛନ୍ତି। ଏଥିସହ ମଞ୍ଚ ଚଢିବାକୁ ତାଙ୍କୁ ଅନୁମତି ମିଳିଛି। ମୟୂରଭଞ୍ଜ ଉଦଳାରେ ବୁଧବାର ହେବାକୁ ଥିବା ଯାତ୍ରା ‘ଏଇ ବୋଧେ ଶେଷ ଦେଖାରେ’ ସାଇ ଅଭିନୟ କରିବେ ବୋଲି ସେ କହିଛନ୍ତି। ଏହି ସମାଧାନ ବେଳେ ସାଇଙ୍କ ମା’ବାପା ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

ଲସ୍କର ଆତଙ୍କୀ ଶବିର ଲୋନ ଗିରଫ, ISIର ନିର୍ଦ୍ଦେଶରେ ରଚୁଥିଲା ଷଡଯନ୍ତ୍ର

ନୂଆଦିଲ୍ଲୀ,୩୦ା୩: ଜାତୀୟ ରାଜଧାନୀ ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଶବିର ଅହମ୍ମଦଙ୍କୁ ଗିରଫ…

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri