ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ନରସିଂହ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଧାନକିଣା ଓ ଭାଜପା ବିଧାୟକଙ୍କ ଆତ୍ମହତ୍ୟା ଉଦ୍ୟମ ପ୍ରସଙ୍ଗକୁ ନେଇ ଗତ ୩ ଦିନ ଧରି ବିଧାନସଭା ଅଚଳ ହୋଇଛି। ଏହି ଅଚଳାବସ୍ଥା ଦୂର କରିବାକୁ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଏନେଇ ସେ ସୋମବାର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ନରସିଂହ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟରେ ମଣ୍ଡି ଓ ଧାନକିଣା ଅବ୍ୟବସ୍ଥାକୁ ନେଇ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭରୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ସମସ୍ତ ପ୍ରକୃତ ଚାଷୀଙ୍କଠାରୁ ଧାନ ସଂଗ୍ରହ କରିବାକୁ କଂଗ୍ରେସ ଦଳ ଦାବି କରିଆସୁଛି। ରାଜ୍ୟ ସରକାର ମଧ୍ୟ ସମସ୍ତ ଚାଷୀଙ୍କଠାରୁ ଧାନ କିଣିବାକୁ ୨୦୨୧ ଫେବୃୟାରୀ ୨୬ରେ ଗୃହକୁ ପ୍ରତିଶ୍ରୁତି ଦେଇଥିଲେ। ବେନାମୀ ଚାଷୀ ଓ ଦୁର୍ନୀତିରେ ଜଡ଼ିତ ଥିବା ସରକାରୀ ଅଧିକାରୀଙ୍କ ବିରୋଧରେ ଫୌଜଦାରି ମକଦ୍ଦମା କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଗୃହରେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ ନ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଧାନକିଣାକୁ ନେଇ ଜଣେ ବିଧାୟକ ଗୃହରେ ସାନିଟାଇଜର ପିଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ସମ୍ପୃକ୍ତ ବିଧାୟକଙ୍କୁ କ୍ଷମା ମାଗିବା ଦାବିରେ ଶାସକ ଦଳ ଗୃହରେ ହଟ୍ଟଗୋଳ କରୁଛନ୍ତି। ଫଳରେ ଚାଷୀଙ୍କ ସମସ୍ୟା ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ନ ହୋଇ ଅଣଦେଖା ହେଉଛି। ଗୃହର ନେତା ଭାବେ ରାଜ୍ୟର ସ୍ବାର୍ଥ ପାଇଁ ବିଧାନସଭାରେ ସ୍ବାଭାବିକ ଅବସ୍ଥା ଫେରାଇ ଆଣିବାକୁ ସର୍ବଦଳୀୟ ବୈଠକ ଡାକିବାକୁ ନରସିଂହ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri