ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏବଂ ନରସିଂହଙ୍କ ମଧ୍ୟରେ ଏକ ରୁଦ୍ଧଦ୍ୱାର ଆଲୋଚନା ହୋଇଥିଲା।
ମିଳିଥିବା ସୂଚନା ମୁତାବକ, ନରସିଂହ ସ୍ଥାନୀୟ ସର୍କିଟ ହାଉସକୁ ଆସି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ସୂଚନା ମଳିଛି। ଏପରିକି ସେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରି ଫେରିଥିଲେ। ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ନରସିଂହଙ୍କ ଆଲୋଚନା ଏବେ ଚର୍ଚ୍ଚାର ବିଷୟ ହୋଇଛି।

