ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌କୁ ନରସିଂହଙ୍କ ବିରୋଧ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ୨୦୨୦କୁ ନେଇ ଗୁରୁବାର ପୁଣିଥରେ ଗୃହରେ ବିରୋଧର ସ୍ବର ଉଠିଥିଲା। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଗୃହରେ ଏହି ବିଲ୍‌ ସମ୍ପର୍କରେ ବିବୃତି ରଖିବା ପରେ ପ୍ରଥମେ କଂଗ୍ରେସ ପକ୍ଷରୁ ଏହାକୁ ବିରୋଧ କରାଯାଇଥିଲା। କଂଗ୍ରେସ ବରିଷ୍ଠ ବିଧାୟକ ନରସିଂହ ମିଶ୍ର ବିଲ୍‌କୁ ବିରୋଧ କରି ବର୍ତ୍ତମାନ ସମୟରେ ଏହାର ଆବଶ୍ୟକତା ନ ଥିବା କହିଥିଲେ। କରୋନା ସଂକ୍ରମଣକୁ ଏହି ବିଲ୍‌ ରୋକିପାରିବ କି ବୋଲି ସେ ଓଲଟା ପ୍ରଶ୍ନ କରିଥିଲେ। ତରବରିଆ ଭାବେ ସରକାର ବିଲ୍‌ ପାସ୍‌ କରିବାକୁ ଉଦ୍ୟମ କରୁଛନ୍ତି। ଏହା ରାଜ୍ୟର ବିଷୟ ନୁହେଁ, କେନ୍ଦ୍ର ବିଷୟ ବୋଲି ସେ ଦୋହରାଇ ଥିଲେ। ୨୦୧୬ରୁ ରାଜ୍ୟ ସରକାର ଏହି ବିଲ୍‌ ପାସ୍‌ କରିବାର ଉଦ୍ୟମ ଜାରି ରଖିଛନ୍ତି। ଏହା କେନ୍ଦ୍ର ସରକାରଙ୍କ ବିଷୟ ବୋଲି ୨୦୧୮ରେ ଆଇନ ବିଭାଗ କହିବା ପରେ ଏହାକୁ ବନ୍ଦ କରାଯାଇଥିଲା। ଏବେ ପୁଣିଥରେ ଆଉଏକ ଫାଇଲ୍‌ କରାଯାଇ ବିଲ୍‌ ଉପସ୍ଥାପିତ କରାଯାଇଥିବା ସେ କହିଥିଲେ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏହି ଅଧିନିୟମ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳର ଆଡ୍‌ମିନିଷ୍ଟ୍ରେଟିଭ୍‌ ପରିଚାଳନା ଗୋଟିଏ ଆଇନ୍‌ ଦ୍ୱାରା ହୋଇପାରିବ ବୋଲି କହିଥିଲେ। ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ କାର୍ଯ୍ୟକାଳ ୩ ବର୍ଷରୁ ୪ବର୍ଷକୁ ବୃଦ୍ଧିପାଇବ। ରାଜ୍ୟରେ ବିଶ୍ୱବିଦ୍ୟାଳୟ ସଂଖ୍ୟା ବଢିଥିବା ବେଳେ ପ୍ରତ୍ୟେକ ବିଶ୍ୱବିଦ୍ୟାଳୟର ସ୍ବତନ୍ତ୍ର ଅଡିଟ୍‌ ରିପୋର୍ଟ ପ୍ରତିବର୍ଷ ବିଧାନସଭାରେ ଉପସ୍ଥାପନ କରିବା କଷ୍ଟକର ବ୍ୟାପାର। ତେଣୁ ବିଶ୍ୱବିଦ୍ୟାଳୟଗୁଡ଼ିକ ନିଜ ନିଜ ଓ୍ବେବ୍‌ସାଇଟ୍‌ରେ ନିଜ ଅଡିଟ୍‌ ରିପୋର୍ଟ ଅପ୍‌ଲୋଡ୍‌ କରିବାର ବ୍ୟବସ୍ଥା କରାଯାଇଥିବା ମନ୍ତ୍ରୀ କହିଥିଲେ। ବିଜେଡ଼ି ବିଧାୟକ ଅମର ଶତପଥୀ ଏହି ବିଲ୍‌କୁ କେନ୍ଦ୍ରର ନୁହେଁ, ବରଂ ରାଜ୍ୟ ବିଷୟ ବୋଲି କହିଥିଲେ। ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଧେୟକ ୨୦୨୦ ପାରିତ ହେବାଦ୍ୱାରା ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକୁ ଅଧିକ ସ୍ବତନ୍ତ୍ରତା ମିଳିବ ଏବଂ ପରିଚାଳନାରେ ସ୍ବଚ୍ଛତା ଆସିପାରିବ ବୋଲି ଶତପଥୀ କହିଥିଲେ। ତେବେ ସମୟ ଅଭାବରୁ ବାଚସ୍ପତି ବିଲ୍‌ ଆଲୋଚନାକୁ ଅଧାରେ ରଖି ଗୃହକୁ ୩ ତାରିଖ ପୂର୍ବାହ୍ନ ୧୦ଟା ୩୦ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ। ୩ ତାରିଖ ଦିନ ବିଲ୍‌ ଉପରେ ସମ୍ପୂର୍ଣ୍ଣ ଆଲୋଚନା କରାଯିବାକୁ ଥିବାବେଳେ ଏହାକୁ ସିଲେକ୍ଟ କମିଟି ନିକଟକୁ ପଠାଯିବାର ସମ୍ଭାବନା ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri