ନୃସିଂହନାଥ ବୈଶାଖ ମେଳା ପ୍ରସ୍ତୁତି ଶେଷ

ପାଇକମାଳ,୩୦।୪(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ତୀର୍ଥକ୍ଷେତ୍ର ପାଇକମାଳର ନୃସିଂହନାଥ ପୀଠରେ ସୋମବାରଠାରୁ ବୈଶାଖ ମେଳା ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ତଥା ବୈଶାଖ ମେଳା ପାଇଁ ନୃସିଂହନାଥ ପୀଠ ଚଳଚଞ୍ଚଳ ହୋଇପଡିଛି । ପ୍ରଶାସନ ତଥା ମନ୍ଦିର ପରିଚାଳନା କମିଟି ପକ୍ଷରୁ ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଚାଳଧାରରେ ବାଉଁଶରେ ତିଆରି ସ୍ବତନ୍ତ୍ର ଅସ୍ଥାୟୀ ରାସ୍ତା ନିର୍ମାଣ କାମ ଶେଷ ହୋଇଛି। ୫ ତାରିଖ ପର୍ଯ୍ୟନ୍ତ ନୃସିଂହନାଥ ପୀଠରେ ବୈଶାଖ ମେଳା ଅନୁଷ୍ଠିତ ହେବ। ପ୍ରଥମ ଦିନ ବିଶ୍ୱଶାନ୍ତି ମହାଯଜ୍ଞ ପାଇଁ କଳସ ଯାତ୍ରା, ମହାଯଜ୍ଞ ଆରମ୍ଭ ଓ ବୀଜମନ୍ତ୍ର ଜପ କରାଯିବ। ଗୁରୁବାର ନୃସିଂହନାଥ ମହାପ୍ରଭୁ ମାର୍ଜାର କେଶରୀଙ୍କ ଜନ୍ମ ଉତ୍ସବ ପାଳନ କାର୍ଯ୍ୟକ୍ରମ ରହିଛି ଓ କନ୍ଦ ସମାଜ ଦ୍ବାରା ନୃସିଂହ ମହାପ୍ରଭୁଙ୍କୁ ପିତାକନ୍ଦା ଭୋଗ ଅର୍ପଣ ଏବଂ ଧ୍ବଜାବନ୍ଧନ କରଯିବ। ଶୁକ୍ରବାର ବିଶ୍ବଶାନ୍ତି ମହାଯଜ୍ଞ ପୂର୍ଣ୍ଣାହୂତି ହେବ। ୩ରୁ ୫ ତାରିଖ ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ ସୂଚନା ଦେଇଛନ୍ତି। ଏଥିସହ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି ବୋଲି ସେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri