ନିର୍ଦ୍ୱନ୍ଦ୍ୱରେ ବିଜୟୀ ହେଲେ ନାରାୟଣ

ବାଲେଶ୍ୱର ଅଫିସ,୧୪ା୩: ବାଲେଶ୍ୱର ଜିଲାରେ ୨୯ନଂ. ଜୋନ୍‌ରୁ ନିର୍ବାଚିତ ଜିଲା ପରିଷଦ ସଦସ୍ୟ ତଥା ବିଜେଡି ପ୍ରାର୍ଥୀ ନାରାୟଣ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ଜିଲାପରିଷଦ ସଭାପତି ଭାବେ ବିଜୟଲାଭ କରିଛନ୍ତି। ସଭାପତିଙ୍କ ସମେତ ସମସ୍ତ ଜିଲାପରିଷଦ ସଦସ୍ୟାସଦସ୍ୟଙ୍କୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସ୍ବାଗତ ଜଣାଇ ଶପଥପାଠ କରାଇଛନ୍ତି।
ସ୍ଥାନୀୟ ଜିଲା ପରିଷଦ ସଭାଗୃହରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଜିଲା ପରିଷଦ ଅଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିସହିତ ଷଷ୍ଠ ଜିଲା ପରିଷଦର ପ୍ରଥମ ବୈଠକ ଆୟୋଜିତ ହୋଇ ଜିଲା ପରିଷଦ ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରବିବାର ପୂର୍ବାହ୍ନ ୧୦ଟା ୩୦ମିନିଟ୍‌ରୁ ୧୧ଟା ୩୦ମିନିଟ୍‌ ମଧ୍ୟରେ ମନୋନୟନ ପତ୍ର ଦାଖଲ ପାଇଁ ସମୟ ସ୍ଥିରୀକୃତ ହୋଇଥିଲା। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କେବଳ ବାଲେଶ୍ୱର ଜିଲା ୨୯ନଂ. ଜୋନ୍‌ରୁ ନିର୍ବାଚିତ ଜିଲାପରିଷଦ ସଦସ୍ୟ ନିଜ ପ୍ରାର୍ଥତ୍ପତ୍ର ନିର୍ବାଚନ ଅଧିକାରୀ, ବାଲେଶ୍ୱର ଉପଜିଲାପାଳଙ୍କ ନିକଟରେ ଦାଖଲ କରିଥିଲେ। ଯାଞ୍ଚ ପରେ ତାହା କାଏମ୍‌ ରହିଥିଲା। ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପାଇଁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ସମୟ ରହିଥିବା ବେଳେ ଜଣେ ମାତ୍ର ପ୍ରାର୍ଥୀ ରହିଥିବାରୁ ଭୋଟଗ୍ରହଣ ଆବଶ୍ୟକ ପଡ଼ି ନ ଥିଲା। ନିର୍ବାଚନ ଅଧିକାରୀ ବାଲେଶ୍ୱର ଉପଜିଲାପାଳ ଆଶିଷ ଈଶ୍ୱର ପାଟିଲ ଜିଲା ପରିଷଦ ସଭାପତି ଭାବେ ନାରାୟଣ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଘୋଷଣା କରିଥିଲେ ା ଏହା ପରେ ପ୍ରଧାନ ଜିଲା ପରିଷଦ ସଭାପତି ଭାବେ ଆନୁଷ୍ଠାନିକ ଶପଥ ଗ୍ରହଣ କରିଥିଲେ। ଜିଲାପାଳ ଚକ୍ରବର୍ତ୍ତୀ ତାଙ୍କୁ ଶପଥପାଠ କରାଇଥିଲେ। ବୈଠକରେ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରବୀନ୍ଦ୍ର କୁମାର ସାହୁ, ଜିଲା ପଞ୍ଚାୟତ ଅଧିକାରୀ ରବିଚନ୍ଦ୍ର କହଁରଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ନିର୍ବାଚନ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri