Posted inଜାତୀୟ

୨୨ରେ ନାରାୟଣସ୍ବାମୀଙ୍କ ଶକ୍ତିପରୀକ୍ଷା

ପୁଡୁଚେରୀ,୧୯ା୨(ପି.ଟି.)::ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦରରାଜନ ତେଲଙ୍ଗାନା ଗୁରୁବାର ଉପରାଜ୍ୟପାଳ ଭାବେ ଶପଥ ନେଇଛନ୍ତି। ଏହି ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିବା ପରେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କୁ ଆସନ୍ତା ୨୨ ତାରିଖରେ ବିଧାନସଭାରେ ଆସ୍ଥାଭୋଟର ସମ୍ମୁଖୀନ ହେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ସଙ୍କଟ ବଢ଼ିବାରେ ଲାଗିଛି। ସୋମବାର ଓ ମଙ୍ଗଳବାର ଜଣେ ଲେଖାଏ ଏମ୍‌ଏଲ୍‌ଏ ଇସ୍ତଫା ଦେବା ପରେ ୩୦ ସଦସ୍ୟ ବିଶିଷ୍ଟ ବିଧାନସଭାରେ ବିଧାୟକଙ୍କ ସଂଖ୍ୟା ୨୮କୁ ଖସିଛି। ମ୍ୟାଜିକ୍‌ ନମ୍ବର ୧୫ ହୋଇଥିବାବେଳେ କଂଗ୍ରେସ-ଡିଏମ୍‌କେ ବିଧାୟକଙ୍କ ସଂଖ୍ୟା ୧୪ ରହିଛି। ଏହାସହ କଂଗ୍ରେସ ନେତୃତ୍ୱାଧୀନ ପୁଡୁଚେରୀ ସରକାର ସଂଖ୍ୟାଗରିଷ୍ଠତା ହରାଇଛନ୍ତି। ଅନ୍ୟପକ୍ଷେ ଏଆଇଏଡିଏମ୍‌କେ-ଭାଜପା ମେଣ୍ଟ ପାଖରେ ମଧ୍ୟ ୧୪ ବିଧାୟକ ରହିଛନ୍ତି। ତେଣୁ ମୁଖ୍ୟମନ୍ତ୍ରୀ ସରକାରଙ୍କୁ ବରଖାସ୍ତ କରାଯାଉ ବୋଲି ବିରୋଧୀ ମେଣ୍ଟ ଦାବି କରୁଥିବାବେଳେ ମୁଖ୍ୟମନ୍ତ୍ରୀ ତାଙ୍କ ନିକଟରେ ସଂଖ୍ୟାଗରିଷ୍ଠତା ଥିବା କହିଛନ୍ତି। ମଙ୍ଗଳବାର କିରଣ ବେଦୀଙ୍କୁ ଉପରାଜ୍ୟପାଳ ପଦରୁ ହଟାଇ ତାମିଲିସାଇଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିଲା। ନାରାୟଣସ୍ବାମୀଙ୍କ ସହ ସଂଖ୍ୟାଗରିଷ୍ଠ ବିଧାୟକଙ୍କ ସମର୍ଥନ ଥିଲେ ସେ ପ୍ରମାଣ ଦିଅନ୍ତୁ ବୋଲି ତାମିଲିସାଇ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri