ଗ୍ରାମୀଣ ବିକାଶରେ ନାର୍ବାଡର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୧୩।୭: (ଅଭୟ ଦାଶ): ରାଷ୍ଟ୍ରୀୟ କୃଷି ଓ ଗ୍ରାମୀଣ ବିକାଶ ବ୍ୟାଙ୍କ (ନାବାର୍ଡ) ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ନାବାର୍ଡର ୪୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମିଶନ ଶକ୍ତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ଆର. କାର୍ତ୍ତିକେୟନ, ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଭୁବନେଶ୍ୱର ଆଞ୍ଚଳିକ ନିର୍ଦ୍ଦେଶକ ଡ. ଶାରଦା ପ୍ରସାଦ ମହାନ୍ତି, ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ଭୁବନେଶ୍ୱରର ମୁଖ୍ୟ ପରିଚାଳକ ଚନ୍ଦ୍ରଶେଖର ଶର୍ମା,ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟିର ଆବାହକ ଗୌତମ ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ପରିପ୍ରେକ୍ଷୀରେ ନାବାର୍ଡର ମହାପ୍ରବନ୍ଧକ ଡା. ବି. ବି. ସାହୁ ସ୍ବାଗତ ଅଭିଭାଷଣ ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ସାମ୍ପ୍ରତିକ ବର୍ଷମାନଙ୍କରେ ନାବାର୍ଡର ପ୍ରମୁଖ ସଫଳତା ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ।ଏପରିକି ରାଜ୍ୟରେ ନାବାର୍ଡର ଚମତ୍କାର ପ୍ରଦର୍ଶନ ପାଇଁ ଉତ୍କୃଷ୍ଟ ସହଯୋଗ ଏବଂ ସମର୍ଥନ ପାଇଁ ସେ ସମସ୍ତ ଅଂଶୀଦାରଙ୍କୁ ଧନ୍ୟବାଦ ଦେଇଥିଲେ। ଅପରପକ୍ଷରେ ପ୍ରଦୀପ କୁମାର ଜେନା ନାବାର୍ଡ ପରିବାରକୁ ଅଭିନନ୍ଦନ ଜଣାଇବା ସହିତ ନାବାର୍ଡର ନିରନ୍ତର ପ୍ରୟାସ, ପଦକ୍ଷେପ ଏବଂ ଗ୍ରାମୀଣ ବିକାଶରେ ରହିଥିବା ଅବଦାନ ଆଦି ଯୋଗୁ ଗ୍ରାମୀଣ କ୍ଷେତ୍ରରେ ବିକାଶ ହୋଇପାରିଛି। ଏପରିକି ଓଡ଼ିଶାରେ ହୋଇଥିବା ଗ୍ରାମୀଣ କ୍ଷେତ୍ରର ବିକାଶରେ ନାବାର୍ଡର ନିରନ୍ତର ସମର୍ଥନ ଏବଂ ସକ୍ରିୟ ଅଂଶଗ୍ରହଣ ପାଇଁ ସେ ଉଚ୍ଚ ପ୍ରଶଂସା କରିଥିଲେ। ବିଶେଷ କରି ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି (ଆରଆଇଡିଏଫ), ଦୀର୍ଘମିଆଦୀ ଜଳସେଚନ ପାଣ୍ଠି (ଏଲଟିଆଇଏଫ୍‌),ସ୍ବୟଂ ସହାୟକ ଗୋଷ୍ଠୀ-ବ୍ୟାଙ୍କ ଲିଙ୍କେଜ୍‌ କାର୍ଯ୍ୟକ୍ରମ (ଏସ୍‌ଏଚଜି-ବିଏଲପି), ଜଳବାୟୁ ପରିବର୍ତ୍ତନ ପାଇଁ ଜାତୀୟ ଅନୁକୂଳନ ପାଣ୍ଠି (ଏନ୍‌ଏଏଫିସିସି) ଏବଂ ଅନ୍ୟାନ୍ୟ ପଦକ୍ଷେପ ମାଧ୍ୟମରେ ନାବାର୍ଡ ରାଜ୍ୟ ସରକାରଙ୍କ ବିକାଶମୂଳକ ପଦକ୍ଷେପକୁ ଜେନା ପ୍ରଶଂସା କରିଥିଲେ। ସେହିଭଳି ଅନୁ ଗର୍ଗ ନାବାର୍ଡ ସହାୟତାରେ ସହାୟତା ପାଇବା ସଂଗେ ସଂଗେ ଉପକୃତ ହେବେ ସେ ସଂପର୍କରେ ଗର୍ଗ ଆବଶ୍ୟକ ପରାମର୍ଶ ଦେଇଥିଲେ। ସେହିପରି ସୁଜାତା କାର୍ତ୍ତିକେୟନ୍‌ ନାବାର୍ଡ ଦ୍ୱାରା କିପରି ମିଶନ ଶକ୍ତିର ମହିଳାମାନେ ଉପକୃତ ହେଉଛନ୍ତି ସେ ସମ୍ପର୍କରେ ବିସ୍ତୃତ ଆଲୋକପାତ କରିଥିଲେ। ଆରବିଆଇର ଆଞ୍ଚଳିକ ନିର୍ଦ୍ଦେଶକ ଡା. ଏସ ପି ମହାନ୍ତି, ଆର୍ଥିକ ଅନ୍ତର୍ଭୁକ୍ତୀକରଣର ଗୁରୁତ୍ୱ ବିଷୟରେ ବିସ୍ତୃତ ଆଲୋକପାତ କରିଥିଲେ ା ପରିଶେଷରେ ନାବାର୍ଡର ବିଭିନ୍ନ ଉନ୍ନୟନମୂଳକ ପଦକ୍ଷେପର ଶ୍ରେଷ୍ଠ ଅନୁଷ୍ଠାନଗୁଡ଼ିକୁ ପୁରସ୍କୃତ କରାଯାଇଥିଲା। ଏହି ଅବସରରେ ୨୦୨୨-୨୩ ରେ ଓଡ଼ିଶାରେ ନାବାର୍ଡର ପ୍ରମୁଖ ସଫଳତା ଉପରେ ଆଲୋକପାତ କରି ଏକ କଫି ଟେବୁଲ ପୁସ୍ତକ ରିଫ୍ଲେକ୍ସନ ୨୦୨୨-୨୩ ଏବଂ ଓଡ଼ିଶାରେ ନାବାର୍ଡ ଆରଆଇଡିଏଫ ପ୍ରକଳ୍ପର ପ୍ରଭାବୀ ମୂଲ୍ୟାୟନ ଉନ୍ମୋଚନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?