କ୍ୟାପିଟାଲ ହସ୍ପିଟାଲରେ ହେବ ନାର୍କୋ ଟେଷ୍ଟ

ଭୁବନେଶ୍ୱର, ୨୦।୧୦(ଅସମାପିକା ସାହୁ):ଓଡ଼ିଶାାରେ ହେବ ନାର୍କୋ ଟେଷ୍ଟ। ଫଳରେ ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ତଥା ମିଛଧରା ପରୀକ୍ଷା ପାଇଁ ଆଉ ମୁମ୍ବାଇ, ପୁଣେ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ହିଁ ନାର୍କୋ ଆନାଲିସିସ୍‌ ଟେଷ୍ଟ କରାଯିବ। ଆସନ୍ତା ମାସରୁ ଏହି ଟେଷ୍ଟ ଆରମ୍ଭ ହେବ ବୋଲି କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଡା. ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି। କ୍ୟାପିଟାଲ ହସ୍ପିଟାଲ ଅପରେଶନ ଥିଏଟର(ଓଟି)ରେ ନାର୍କୋ ଟେଷ୍ଟ କରାଯିବ। ଏଥିଲାଗି ରାଜ୍ୟ ଫରେନ୍‌ସିକ୍‌ ଲାବ୍‌(ଏସ୍‌ଏଫ୍‌ଏଲ୍‌)କୁ ଆବଶ୍ୟକ ଉପକରଣ ଆସିସାରିଛି। ଏ ନେଇ ବୁଧବାର ଏସ୍‌ଏଫ୍‌ଏଲ୍‌ର ଅଧିକାରୀ ଓ କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ନେଇ ଏକ ବୈଠକ ହୋଇଥିଲା। ବୈଠକ ପରେ ନାର୍କୋ ଟେଷ୍ଟ ସଂକ୍ରାନ୍ତରେ ସୂଚନା ଦେଇ ଡା. ସାହୁ କହିଲେ, ଏଥିପାଇଁ ଏବେ କ୍ୟାପିଟାଲ ହସ୍ପିଟାଲ ଆନାସ୍ଥେସିଆ ଓ ମାନସିକ ରୋଗ ବିଶେଷଜ୍ଞଙ୍କର ପ୍ରଶିକ୍ଷଣ ଚାଲିଛି। ହସ୍ପିଟାଲ ଓଟିରେ ନିଶା ଇଞ୍ଜେକ୍ସନ ପ୍ରୟୋଗ କରାଯିବା ସହ ଟେଷ୍ଟ କରାଯିବ। ଯେହେତୁ ଏହି ଇଞ୍ଜେକ୍ସନର ପାର୍ଶ୍ୱ ପ୍ରତିକ୍ରିୟା ରହିଛି, ସେଥିପାଇଁ ଟ୍ରେନିଂ ଦିଆଯାଉଛି। ଆସନ୍ତା ମାସରୁ ହସ୍ପିଟାଲରେ ଟେଷ୍ଟ ଆରମ୍ଭ ହୋଇଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ହତ୍ୟା, ଗଣବଳାତ୍କାର, ଦଙ୍ଗା ଭଳି ବହୁ ସଙ୍ଗିନ ଅପରାଧ ମାମଲାରେ ଅଭିଯୁକ୍ତଙ୍କଠାରୁ ସତ ବାହାର କରିବା ପାଇଁ ସେମାନଙ୍କର ନାର୍କୋ ଟେଷ୍ଟ କରାଯାଇଥାଏ। ଏହି ଟେଷ୍ଟ ପାଇଁ ଉଭୟ ଅଭିଯୁକ୍ତ ଓ କୋର୍ଟଙ୍କ ଅନୁମତି ଆବଶ୍ୟକ ହୋଇଥାଏ। ଏହାର ରିପୋର୍ଟକୁ ତଦନ୍ତକାରୀ ଅଧିକାରୀ ପ୍ରମାଣ ଭାବେ କୋର୍ଟରେ ଉପସ୍ଥାପନ କରିପାରିବେ ନାହିଁ। କେବଳ ତଦନ୍ତରେ ସହଯୋଗ ବା ସତ କ’ଣ ତାହା ଜାଣିବା ପାଇଁ ଅଭିଯୁକ୍ତର ଏଭଳି ଟେଷ୍ଟ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri