ଅର୍ଜୁନ ରାମପାଲଙ୍କ ଘରେ ଏନ୍‌ସିବି ଟିମ୍‌

ମୁମ୍ବାଇ,୯ ।୧୧: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ରହସ୍ୟଜନକ ମୃତ୍ୟୁର ଯାଞ୍ଚ ସମୟରେ ସାମ୍ନାକୁ ଆସିଥିବା ଡ୍ରଗ୍ସ ମାମଲାରେ କେତେଜଣ ବଲିଉଡ୍ ସେଲିବ୍ରିଟିଙ୍କ ନାମ ଆସି ସାରିଛି । ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଏହି ମାମଲାରେ କେତେଜଣ ପେଡଲର୍ସଙ୍କୁ ଗିରଫ ମଧ୍ୟ କରି ସାରିଛି । ଯାଞ୍ଚ ଆଗକୁ ବଢିବା ସହ ଆଉ କେତେଜଣ ବଲିଉଡ ସେଲିବ୍ରିଟିଙ୍କ ନାମ ମଧ୍ୟ ଏଥିରେ ଯୋଡି ହୋଇଯାଉଛି । ରବିବାର ବଲିଉଡ୍ ପ୍ରଯୋଜକ ଫିରୋଜ ନାଡିୟାଡୱାଲାଙ୍କ ଘରେ ଯାଞ୍ଚ କରାଯିବା ସହ ତାଙ୍କ ପତ୍ନୀଙ୍କୁ ଗିରଫ କରାଯାଇଛି । ଏହାପରେ ସୋମବାର ଏନ୍‌ସିବି ଅଭିନେତା ଅର୍ଜୁନ ରାମପାଲଙ୍କ ଘରେ ଯାଞ୍ଚ ପାଇଁ ପହଞ୍ଚିଛନ୍ତି । ସୂଚନାଯୋଗ୍ୟ, ଅର୍ଜୁନ ରାମପାଲଙ୍କ ଗର୍ଲଫ୍ରେଣ୍ଡ ଗେବ୍ରିଏଲା ଡିମୋଟ୍ରେୟଡେସଙ୍କ ଭାଇ ଏଗିସିଲାଓସ ପୂର୍ବରୁ ଡ୍ରଗ୍ସ ମାମଲାରେ ଫସି ରହିଛନ୍ତି । ସେ ଦକ୍ଷିଣ ଭାରତୀୟ ନାଗରିକ ହୋଇଥିବା ବେଳେ କିଛିଦିନ ତଳେ ଏନ୍‌ସିବି ତାଙ୍କୁ ଗିରଫ କରିଥିଲା । ପ୍ରଥମେ ତାଙ୍କୁ ଜାମିନ ମିଳିଯାଇଥିବା ବେଳେ ଆଉ ଏକ ଡ୍ରଗ୍ସ ମାଲାରେ ଦ୍ୱିତୀୟଥର ଲାଗି ଏନ୍‌ସିବି ତାଙ୍କୁ ଗିରଫ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri