Posted inଜାତୀୟ

ଜେଲରୁ ମୁକୁଳିଲେ ନାର୍କୋଟିକ୍‌ କୁଇନ୍‌

ଓ୍ବାଶିଂଟନ୍‌,୧୪ା୯: ମେକ୍ସିକୋର ଡ୍ରଗ୍‌ ଲର୍ଡ ଜୋଆକ୍ୱିନ୍‌ ‘ଏଲ୍‌ ଚାପୋ’ ଗୁଜ୍‌ମ୍ୟାନ୍‌ଙ୍କ ସ୍ତ୍ରୀ ଏମ୍ମା କୋରୋନେଲ ଏଇସ୍ପୁରୋଙ୍କୁ ବୁଧବାର ଲସ୍‌ ଆଞ୍ଜେଲେସ୍‌ ଜେଲରୁ ମୁକ୍ତ କରାଯାଇଥିବା ଆମେରିକାର ବ୍ୟୁରୋ ଅଫ୍‌ ପ୍ରିଜନ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଆମେରିକାରେ ଜନ୍ମିତ ୩୪ ବର୍ଷୀୟା ଏମ୍ମାଙ୍କୁ ସ୍ବାମୀଙ୍କ ନାର୍କୋଟିକ୍‌ ସାମ୍ରାଜ୍ୟ ସିନାଲୋଆ କାର୍ଟେଲକୁ ଡ୍ରଗ୍‌ ଚାଲାଣରେ ସହଯୋଗ କରିବା ଅଭିଯୋଗରେ ୨୦୨୧ରେ ଗିରଫ କରାଯାଇଥିଲା। ଏହି ମାମଲାରେ ସେହିବର୍ଷ ନଭେମ୍ବରରେ ନାର୍କୋଟିକ୍‌ କୁଇନ୍‌ଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଥିଲା। ଉକ୍ତ କାର୍ଟେଲକୁ ଚଳାଉଥିବା ଗୁଜ୍‌ମ୍ୟାନ୍‌ ଏବଂ ଅନ୍ୟ ସଙ୍ଗଠନଗୁଡ଼ିକର ସଦସ୍ୟମାନଙ୍କ ମଧ୍ୟରେ ସେ ମାଧ୍ୟମ ପାଲଟିଥିବା ବିଷୟ ସ୍ବୀକାର କରିଥିଲେ। ୨୦୧୪ରେ ଗୁଜ୍‌ମ୍ୟାନ୍‌ଙ୍କୁ ଗିରଫ କରାଯାଇଥିଲା। ତେବେ ସେ ମେକ୍ସିକୋ ଜେଲରୁ ୨ ଥର ଖସି ପଳାଇବାରେ ସକ୍ଷମ ହୋଇଥିଲେ। ୨୦୧୯ରେ ଗୁଜ୍‌ମ୍ୟାନ୍‌ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ କାରାଦଣ୍ଡାଦେଶ ପାଇବା ପରେ ଆମେରିକାର କଲରୋଡୋସ୍ଥିତ ସୁପାମାକ୍ସ ଜେଲରେ କଡ଼ା ସୁରକ୍ଷା ବଳୟରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri