Posted inଜାତୀୟ

କୋଚିରେ ପହଞ୍ଚି ପଦଯାତ୍ରା କଲେ ପ୍ରଧାନମନ୍ତ୍ରୀ

ଥିରୁଭାନନ୍ତପୁରମ,୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେରଳରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ କେରଳର ଅନେକ କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ବରିଷ୍ଠ ଧର୍ମଗୁରୁମାନଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଧାନମନ୍ତ୍ରୀ କୋଚିରେ ପହଞ୍ଚିବା ଚାଲି ଚାଲି ରୋଡ ଶୋ’ କରିଥିଲେ। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ବହୁ ସଂଖ୍ୟକ ଲୋକ ଆସିଥିଲେ। ପ୍ରଧାନମନ୍ତ୍ରୀ ମଧ୍ୟ ରାସ୍ତା କଡ଼ରେ ଠିଆ ହୋଇଥିବା ଲୋକଙ୍କୁ ହାତ ହଲାଇ ଅଭିବାଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସହରରେ ୨,୦୬୦ ପୋଲିସ ମୁତୟନ ହୋଇଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ ଏବଂ ଯୁବ ୨୦୨୩ କାର୍ଯ୍ୟକ୍ରମରେ ଯୁବକମାନଙ୍କ ସହ ମଧ୍ୟ ଯୋଗାଯୋଗ କରିବେ। କେରଳର ଆଠଜଣ ବିଶିଷ୍ଟ ବରିଷ୍ଠ ପୁରୋହିତଙ୍କୁ କୋଚିରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ନିମନ୍ତ୍ରଣ କରାଯାଇଛି।

ପ୍ରଧାନମନ୍ତ୍ରୀ ମଙ୍ଗଳବାର ବିମାନ ଯୋଗେ ଆଇଏନ୍‌ଏସ ଗରୁଡରୁ ଥିରୁଭାନନ୍ତପୁରମ ବିମାନବନ୍ଦରକୁ ଯିବେ। ସେଠାରୁ ଥିରୁଭାନନ୍ତପୁରମ କେନ୍ଦ୍ରୀୟ ରେଳ ଷ୍ଟେସଶନକୁ ଯାଇ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ। ସେଠାରୁ ପ୍ରଧାନମନ୍ତ୍ରୀ କେରଳ ସେଣ୍ଟ୍ରାଲ ଷ୍ଟାଡିୟମକୁ ଯାଇ ଅନେକ କାର୍ଯ୍ୟକ୍ରମରେ ସାମିଲ ହେବେ ଏବଂ ଦେଶର ପ୍ରଥମ ଡିଜିଟାଲ ସାଇନ୍ସ ପାର୍କର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏହାପରେ ସେ ମଙ୍ଗଳବାର ଅପରାହ୍ନରେ କେରଳରୁ ଗୁଜରାଟ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?