Posted inଜାତୀୟ

୧୩ ଓକିଲ, ୬ ଡାକ୍ତର, ୫ ଇଞ୍ଜିନିୟର: ଏଭଳି ହେବ ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା କ୍ୟାବିନେଟ ସମ୍ପ୍ରସାରଣ ବୁଧବାର ସନ୍ଧ୍ୟାରେ ହେବ। ଏଥିରେ ଅଧିକ ମହିଳା ଓ ପ୍ରଶାସନିକ ଅନୁଭୂତି ଥିବା ବ୍ୟକ୍ତିଙ୍କୁ ସ୍ଥାନ ମିଳିବ। ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଏହା ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଥିବାରୁ ଏଥିରେ ସମସ୍ତଙ୍କ ନଜର ରହିଛି। ତେବେ ମୋଦିଙ୍କ ନୂଆ କ୍ୟାବିନେଟ ପାଇଁ ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ମୋଦିଙ୍କ ନୂଆ କ୍ୟାବିନେଟରେ ୪ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ୧୮ଜଣ ରାଜ୍ୟମନ୍ତ୍ରୀଙ୍କୁ ବି ସ୍ଥାନ ଦିଆଯିବ। ସେହିପରି ୩୯ଜଣ ପୂର୍ବତନ ବିଧାୟକଙ୍କୁ ମଧ୍ୟ ମନ୍ତ୍ରିମଣ୍ଡଳରେ ସାମିଲ କରାଯିବ। ତେବେ ଏଥିରେ ଏଭଳି ଏମ୍‌ପି ୨୩ଜଣ ରହିଛନ୍ତି ଯେଉଁମାନେ ୩ଥରୁ କିମ୍ବା ଅଧିକ ଥର ନିର୍ବାଚନରେ ବିଜୟୀ ହୋଇଛନ୍ତି। ଏତଦ୍‌ ବ୍ୟତୀତ ୧୩ଜଣ ଓକିଲ, ୬ଜଣ ଡାକ୍ତର, ୫ଜଣ ଇଞ୍ଜିନିୟର ଓ ୭ଜଣ ପୂର୍ବତନ ପ୍ରଶାସନିକ ଅଧିକାରୀଙ୍କୁ କ୍ୟାବିନେଟରେ ସ୍ଥାନ ମିଳିବ। ଚଳିତ ଥର କ୍ୟାବିନେଟରେ ଯୁବବର୍ଗଙ୍କୁ ସ୍ଥାନ ଦିଆଯିବାକୁ ଉଦ୍ୟମ କରାଯାଇଥିବା ଜଣାପଡ଼ିଛି। ଏହି କ୍ୟାବିନେଟରେ ହାରାହାରି ବୟସ ୫୮ବର୍ଷ ରହିଥିବା ବେଳେ ଏଭଳି ୧୪ଜଣ ମନ୍ତ୍ରୀ ସାମିଲ ହୋଇଛନ୍ତି ଯେଉଁମାନଙ୍କର ବୟସ ୫୦ରୁ ବି କମ୍‌ ରହିଛି। ଅନ୍ୟପଟେ ମହିଳାଙ୍କୁ ଅଗ୍ରାଧିକାର ଦିଆଯାଇ ମନ୍ତ୍ରିମଣ୍ଡଳରେ ୧୧ଜଣ ମହିଳା ସାମିଲ ହେବେ ଏବଂ ସେଥିରୁ ୨ଜଣ କ୍ୟାବିନେଟ ମନ୍ତ୍ରୀ ହେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri