Posted inଜାତୀୟ

୧୩ ଓକିଲ, ୬ ଡାକ୍ତର, ୫ ଇଞ୍ଜିନିୟର: ଏଭଳି ହେବ ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା କ୍ୟାବିନେଟ ସମ୍ପ୍ରସାରଣ ବୁଧବାର ସନ୍ଧ୍ୟାରେ ହେବ। ଏଥିରେ ଅଧିକ ମହିଳା ଓ ପ୍ରଶାସନିକ ଅନୁଭୂତି ଥିବା ବ୍ୟକ୍ତିଙ୍କୁ ସ୍ଥାନ ମିଳିବ। ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଏହା ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଥିବାରୁ ଏଥିରେ ସମସ୍ତଙ୍କ ନଜର ରହିଛି। ତେବେ ମୋଦିଙ୍କ ନୂଆ କ୍ୟାବିନେଟ ପାଇଁ ଏକ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ମୋଦିଙ୍କ ନୂଆ କ୍ୟାବିନେଟରେ ୪ଜଣ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ୧୮ଜଣ ରାଜ୍ୟମନ୍ତ୍ରୀଙ୍କୁ ବି ସ୍ଥାନ ଦିଆଯିବ। ସେହିପରି ୩୯ଜଣ ପୂର୍ବତନ ବିଧାୟକଙ୍କୁ ମଧ୍ୟ ମନ୍ତ୍ରିମଣ୍ଡଳରେ ସାମିଲ କରାଯିବ। ତେବେ ଏଥିରେ ଏଭଳି ଏମ୍‌ପି ୨୩ଜଣ ରହିଛନ୍ତି ଯେଉଁମାନେ ୩ଥରୁ କିମ୍ବା ଅଧିକ ଥର ନିର୍ବାଚନରେ ବିଜୟୀ ହୋଇଛନ୍ତି। ଏତଦ୍‌ ବ୍ୟତୀତ ୧୩ଜଣ ଓକିଲ, ୬ଜଣ ଡାକ୍ତର, ୫ଜଣ ଇଞ୍ଜିନିୟର ଓ ୭ଜଣ ପୂର୍ବତନ ପ୍ରଶାସନିକ ଅଧିକାରୀଙ୍କୁ କ୍ୟାବିନେଟରେ ସ୍ଥାନ ମିଳିବ। ଚଳିତ ଥର କ୍ୟାବିନେଟରେ ଯୁବବର୍ଗଙ୍କୁ ସ୍ଥାନ ଦିଆଯିବାକୁ ଉଦ୍ୟମ କରାଯାଇଥିବା ଜଣାପଡ଼ିଛି। ଏହି କ୍ୟାବିନେଟରେ ହାରାହାରି ବୟସ ୫୮ବର୍ଷ ରହିଥିବା ବେଳେ ଏଭଳି ୧୪ଜଣ ମନ୍ତ୍ରୀ ସାମିଲ ହୋଇଛନ୍ତି ଯେଉଁମାନଙ୍କର ବୟସ ୫୦ରୁ ବି କମ୍‌ ରହିଛି। ଅନ୍ୟପଟେ ମହିଳାଙ୍କୁ ଅଗ୍ରାଧିକାର ଦିଆଯାଇ ମନ୍ତ୍ରିମଣ୍ଡଳରେ ୧୧ଜଣ ମହିଳା ସାମିଲ ହେବେ ଏବଂ ସେଥିରୁ ୨ଜଣ କ୍ୟାବିନେଟ ମନ୍ତ୍ରୀ ହେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri