ଆଶା ଭୋସ୍‌ଲେଙ୍କ ପରଲୋକରେ ଭାବପ୍ରବଣ ହୋଇପଡ଼ିଲେ ନରେନ୍ଦ୍ର ମୋଦି

ମୁମ୍ବାଇ,୧୨।୪: ପ୍ରଖ୍ୟାତ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ପରେ ସମଗ୍ର ଦେଶରେ ଶୋକର ଲହରୀ ଖେଳିଯାଇଛି। ରାଜନୈତିକ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିବିଶେଷ ମଧ୍ୟ ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ ଏବଂ ଅନ୍ୟାନ୍ୟ ଅନେକ ନେତା ଆଶା ଭୋସ୍‌ଲେଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଶା ଭୋସ୍‌ଲେଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ତାଙ୍କ ସହିତ କିଛି ପୁରୁଣା ଫଟୋ ଶେୟାର କରି ସେ ଭାବପ୍ରବଣ ହୋଇ ସେ ଲେଖିଛନ୍ତି,ଭାରତର ସବୁଠାରୁ ପ୍ରସିଦ୍ଧ ଏବଂ ବହୁମୁଖୀ ସ୍ବର ମଧ୍ୟରୁ ଜଣେ ଆଶା ଭୋସ୍‌ଲେ ଜୀଙ୍କ ବିୟୋଗରେ ମୁଁ ଗଭୀର ଦୁଃଖିତ। ଦଶନ୍ଧି ଧରି ତାଙ୍କର ଅସାଧାରଣ ସଙ୍ଗୀତ ଯାତ୍ରା ଆମର ସାଂସ୍କୃତିକ ଐତିହ୍ୟକୁ ସମୃଦ୍ଧ କରିଥିଲା ଏବଂ ବିଶ୍ୱର ଅଗଣିତ ହୃଦୟକୁ ଛୁଇଁଥିଲା। ତାଙ୍କ ସ୍ବରରେ ସର୍ବଦା ଏକ ଅତୁଳନୀୟ ପ୍ରତିଭା ଥିଲା। ମୁଁ ତାଙ୍କ ସହିତ ମୋର ସାକ୍ଷାତର କିଛି ସ୍ମୃତିକୁ ସର୍ବଦା ମନେ ରଖିବି। ତାଙ୍କ ପରିବାର, ପ୍ରଶଂସକ ଏବଂ ସବୁଠି ସଙ୍ଗୀତ ପ୍ରେମୀଙ୍କ ପ୍ରତି ମୋର ଗଭୀର ସମବେଦନା। ସେ ଭବିଷ୍ୟତ ପିଢ଼ିକୁ ପ୍ରେରଣା ଦେଇ ଚାଲିବେ ଏବଂ ତାଙ୍କ ଗୀତଗୁଡ଼ିକ ଲୋକଙ୍କ ଜୀବନରେ ସର୍ବଦା ପ୍ରତିଧ୍ୱନିତ ହେବ।

ସୂଚନାଯୋଗ୍ୟ, ୯୨ ବର୍ଷୀୟା ଆଶା ଜୀଙ୍କର ଫୁସ୍‌ଫୁସ୍‌ଜନିତ ସମସ୍ୟା ଥିଲା। ତାଙ୍କୁ ହୃଦ୍‌ଘାତ ହେବାରୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ୮ ଦଶନ୍ଧିର କ୍ୟାରିୟରରେ ଭୋସଲେ ତାଙ୍କର ବହୁମୁଖୀ ପ୍ରତିଭା ପାଇଁ ଜଣାଶୁଣା ଥିଲେ। ସେ ହେଉଛନ୍ତି ସ୍ବର୍ଗତା କିମ୍ବଦନ୍ତୀ ଗାୟିକା ଲତା ମଙ୍ଗେସ୍‌କରଙ୍କ ସାନ ଭଉଣୀ। ଆଶା ଭାସଲେଙ୍କ କେତେକ ଲୋକପ୍ରିୟ ଗୀତ ମଧ୍ୟରେ ରହିଛି ‘ଚୁରା ଲିୟା ହୈ ତୁମ୍‌ନେ ଜୋ ଦିଲ୍‌ କୋ’, ‘ଅଭି ନ ଯାଓ ଛୋଡ଼୍‌କର’, ଇନ୍ତହା ହୋ ଗଇ ଇନ୍ତେଜାର କୀ’। ସେ ବିଭିନ୍ନ ଭାରତୀୟ ଭାଷାରେ ୧୨,୦୦୦ରୁ ଊର୍ଦ୍ଧ୍ୱ ଗୀତ ରେକର୍ଡ କରାଇଥିଲେ। ମୀନା କୁମାରୀ, ମଧୁବାଲା, ଜିନତ ଅମନଙ୍କଠାରୁ ଆରମ୍ଭ କରି କାଜୋଲ, ଊର୍ମିଳା ମାତୋଣ୍ଡକର ଏବଂ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ପଦ୍ମିନୀ ଓ ବୈଜୟନ୍ତିମାଲାଙ୍କ ସମେତ ବହୁ ଅଭିନେତ୍ରୀଙ୍କ ପାଇଁ ସେ ସ୍ବର ଦେଇଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

ଚୋରା ମଦ ବିକ୍ରିକୁ ବିରୋଧ କରି ତାତିଲେ ମହିଳା, ୨ ଘଣ୍ଟା ଧରି ପୋଲିସ ନାକେଦମ

ବନ୍ତ, ୩୦।୮ (ହରି ନାରାୟଣ ମହାନ୍ତି/ କିଶୋର କୁମାର ସେଠୀ): ଶନିବାର ରାତିରେ ଭଦ୍ରକ ଜିଲା ବନ୍ତ ଥାନା ନୀଳୋକ ପଞ୍ଚାୟତ ଅଧୀନ ବେଗନା (ବୁଡ଼ଗଢ଼ିଆ) ଗ୍ରାମରେ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri