Posted inଜାତୀୟ

୩୬ତମ ନ୍ୟାଶନାଲ ଗେମ୍ସକୁ ଉଦ୍‌ଘାଟନ କଲେ ମୋଦି

ଅହମଦାବାଦ,୨୯।୯: ଗୁଜରାଟରେ ୩୬ତମ ନ୍ୟାଶନାଲ ଗେମ୍ସକୁ ଗୁରୁବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ଏହି ପ୍ରତିଷ୍ଠିତ ଗେମ୍ସକୁ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଆୟୋଜିତ କରାଯାଇଛି। ଷ୍ଟାଡ଼ିୟମ୍‌ରେ ଆୟୋଜିତ ହୋଇଥିବା ଏହି ଭବ୍ୟ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରି କହିଛନ୍ତି, ବିଶ୍ୱର ସବୁଠାରୁ ବଡ଼ ଷ୍ଟାଡିୟମ୍‌ରେ ସବୁଠୁ ବଡ଼ ଖେଳ ମହୋତ୍ସବ ହେବାକୁ ଯାଉଛି। ଏହା ଆଗାମୀ ଭବିଷ୍ୟତର ଆରମ୍ଭ। ଏହି ଐତିହାସିକ ବାତାବରଣ ଶବ୍ଦର ଉପରେ ବୋଲି ମୋଦି କହିଛନ୍ତି। ଏଥିସହ ସେ କହିଛନ୍ତି, ଆଜି ଆମର ଯୁବକମାନେ ରେକର୍ଡ ସୃଷ୍ଟି କରିବା ସହ ନିଜର ରେକର୍ଡ ମଧ୍ୟ ଭାଙ୍ଗୁଛନ୍ତି। ଟୋକିଓ ଅଲିମ୍ପିକ୍ସରେ ପ୍ରଥମ ଥର ପାଇଁ ଭାରତୀୟ ଯୁବକମାନେ ରେକର୍ଡ ସଂଖ୍ୟକ ପଦକ ହାସଲ କରିଛନ୍ତି। ଷ୍ଟାଡିୟମ୍‌ରେ ଜୁଡେଗା ଇଣ୍ଡିଆ, ଜିତେଗା ଇଣ୍ଡିଆର ନାରା ଗୁଞ୍ଜରିତ ହୋଇଉଠିଥିଲା। ଏଥିସହ ମୋଦି ଖେଳାଳୀଙ୍କୁ ବହୁ ପ୍ରଶଂସା କରିବା ସହ ଶୁଭାକାମନା ଜଣାଇଛନ୍ତି। ଏହି ଅବସରରେ କଳାକାରମାନେ ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୋଦିଙ୍କ ସମେତ ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ, ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭୋଇ ପଟେଲ, କ୍ରୀଡା ମନ୍ତ୍ରୀ ଅନୁରାଗ ଠାକୁର, ରାଜ୍ୟ ମନ୍ତ୍ରୀ ହର୍ଷ ଭାଇ ସଂଘଓ୍ବି ଓ ଭାରତୀୟ ଅଲିମ୍ପିକ ଆସୋସିଏସନ ସଚିବ ରାଜୀବ ମେହେଟ୍ଟା ମଧ୍ୟ ଉପସ୍ଥିତ ଥିଲେ। ଅନ୍ୟପଟେ ୨ଥର ଅଲିମ୍ପିକ ପଦକ ଜିତିଥିବା ପି.ବି ସିନ୍ଧୁ ଓ ଗୋଲଡେନ ବୟ ନୀରଜ ଚୋପ୍ରା ଏଥିରେ ସାମିଲ ହୋଇଥିଲେ। ସୂଚନାଯୋଗ୍ୟ, ୭ବର୍ଷ ପରେ ଦେଶରେ ରାଷ୍ଟ୍ରୀୟ ଖେଳ ଆୟୋଜିତ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri