Posted inଜାତୀୟ

ଏସିଆନ-ଭାରତ ଶିଖର ସମ୍ମିଳନୀରେ ସାମିଲ ହେବାକୁ ଆଜି ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୯: ଭାରତ ଜି -୨୦ଶିଖର ସମ୍ମିଳନୀ ଆୟୋଜନ କରୁଛି। ସେପ୍ଟେମ୍ବର ୯ରେ ନୂଆଦିଲ୍ଲୀରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସିଆନ-ଭାରତ ଏବଂ ପୂର୍ବ ଏସିଆ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ଇଣ୍ଡୋନେସିଆ ଗସ୍ତ କରିବେ। ଭାରତୀୟ ରାଷ୍ଟ୍ରଦୂତ ପ୍ରଧାନମନ୍ତ୍ରୀ ମୋଦିଙ୍କ ଇଣ୍ଡୋନେସିଆ ଗସ୍ତକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରିଛନ୍ତି। ରାଷ୍ଟ୍ରଦୂତ କହିଛନ୍ତି ଯେ, ଏହି ପରିଦର୍ଶନ ବିଶ୍ୱକୁ ଏକ ବାର୍ତ୍ତା ପଠାଇବ ଯେ, ଭାରତ ନିଜର ଅଞ୍ଚଳ ଏବଂ ଏସିଆନ କେନ୍ଦ୍ରୀୟତାକୁ କେତେ ଗୁରୁତ୍ୱ ଦେଉଛି।

ଭାରତୀୟ ରାଷ୍ଟ୍ରଦୂତ ଜୟନ୍ତ ଖୋବ୍ରାଗଡେ ମଙ୍ଗଳବାର କହିଛନ୍ତି, ଜି -୨୦ଶିଖର ସମ୍ମିଳନୀ ସତ୍ତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆ ଗସ୍ତ କରୁଛନ୍ତି। ଏହା ପ୍ରମାଣିତ କରୁଛି ଯେ ଭାରତ ଏହି କ୍ଷେତ୍ରକୁ କେତେ ଗୁରୁତ୍ୱ ଦେଉଛି। ସେ କହିଛନ୍ତି, ୯୦ ଦଶକରେ ଆମର ଲୁକ ଇଷ୍ଟ ନୀତି ଥିଲା। ତା’ପରେ ୨୦୧୪ରେ, ପିଏମ ମୋଦି ଆମକୁ ଆକ୍ଟ ଇଷ୍ଟ ନୀତି ପ୍ରଦାନ କରିଥିଲେ, ଯାହା ଭାରତ-ପ୍ରଶାନ୍ତ ମହାସାଗରୀୟ ପଦକ୍ଷେପରେ ପରିଣତ ହୋଇଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୬ତାରିଖ ଅର୍ଥାତ୍‌ ବୁଧବାର ରାତିରେ ନୂଆଦିଲ୍ଲୀରୁ ଇଣ୍ଡୋନେସିଆ ଯିବେ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଏସିଆନ-ଭାରତ ସମ୍ମିଳନୀରେ ଅଂଶଗ୍ରହଣ କରିବେ। ପୂର୍ବ ଏସିଆ ସମ୍ମିଳନୀରେ ଅଷ୍ଟ୍ରେଲିଆ, ଚାଇନା, ଭାରତ, ଜାପାନ, ରିପବ୍ଲିକ ଅଫ କୋରିଆ, ନ୍ୟୁଜିଲ୍ୟାଣ୍ଡ, ରୁଷିଆ ଏବଂ ଆମେରିକା ଏକତ୍ରିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏଥର ନବମ ଏସିଆନ-ଭାରତ ସମ୍ମିଳନୀରେ ଯୋଗଦେବେ। ଏହା ପରେ ପ୍ରଧାନମନ୍ତ୍ରୀ ମୋଦି ସେପ୍ଟେମ୍ବର ୭ ସାରେ ଭାରତ ଫେରିଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri