ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ: ପିଏମ ମୋଦିଙ୍କୁ ‘ଡୋୟନ’ କହିଲା ରୁଷିଆ, ଏହାର ପ୍ରକୃତ ଅର୍ଥ ଜାଣିଲେ…

ନୂଆଦିଲ୍ଲୀ, ୧୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ସେବା ପ୍ରଦାନ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ୪,୩୯୯ ଦିନର କାର୍ଯ୍ୟକାଳ ସହିତ ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡକୁ ପଛରେ ପକାଇ ଦେଇଛନ୍ତି। ଏହି ସଫଳତା ପାଇଁ ରୁଷିଆ ସମେତ ବିଶ୍ୱର ଅନେକ ଦେଶର ନେତା ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ରୁଷିଆ ପିଏମ ମୋଦିଙ୍କୁ ‘ଡୋୟନ’ (Doyen) ବୋଲି ସମ୍ବୋଧନ କରିଛି। ଏହା ପରେ ଏହି ଶବ୍ଦଟି ଚର୍ଚ୍ଚାର ବିଷୟ ପାଲଟିଛି। ଆସନ୍ତୁ ଜାଣିବା, ପ୍ରକୃତରେ ‘ଡୋୟନ’ର ଅର୍ଥ କ’ଣ ଏବଂ ରୁଷିଆ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଏହି ଶବ୍ଦ କାହିଁକି ବ୍ୟବହାର କଲା।

ରୁଷିଆ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ‘କ୍ରେମଲିନ’ର ମୁଖପାତ୍ର ଦିମିତ୍ରୀ ପେସ୍କୋଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ଜୁନ ୧୦ ତାରିଖ ସୁଦ୍ଧା ସେ ସମସ୍ତ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ସବୁଠାରୁ ଦୀର୍ଘ ସମୟ ଧରି ପଦବୀରେ ରହିଥିବା ନେତା ପାଲଟିଛନ୍ତି। ନିଜର ଏକ ଭିଡିଓ ବାର୍ତ୍ତାରେ ପେସ୍କୋଭ କହିଛନ୍ତି ଯେ, ‘ଡୋୟନ’ ସେହି ବ୍ୟକ୍ତିଙ୍କୁ କୁହାଯାଏ, ଯିଏ କୌଣସି ପଦବୀରେ ସବୁଠାରୁ ଦୀର୍ଘ ସମୟ ଧରି ରହିଥାନ୍ତି କିମ୍ବା ନିଜ କ୍ଷେତ୍ରରେ ସବୁଠାରୁ ବରିଷ୍ଠ ଏବଂ ଅଭିଜ୍ଞ ବୋଲି ବିବେଚିତ ହୁଅନ୍ତି। ଏହି କାରଣରୁ ପିଏମ ମୋଦିଙ୍କୁ ‘ଡୋୟନ ଅଫ ଇଣ୍ଡିଆନ ପ୍ରାଇମ ମିନିଷ୍ଟର୍ସ’ (ଭାରତୀୟ ପ୍ରଧାନମନ୍ତ୍ରୀମାନଙ୍କ ମଧ୍ୟରେ ସବୁଠାରୁ ବରିଷ୍ଠ/ଅଭିଜ୍ଞ) ବୋଲି କୁହାଯାଇଛି। ମସ୍କୋସ୍ଥିତ ଭାରତୀୟ ଦୂତାବାସ ମଧ୍ୟ ପେସ୍କୋଭଙ୍କର ଏହି ବାର୍ତ୍ତାକୁ ଶେୟାର୍‌ କରିଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ୪,୩୯୯ ଦିନ ଧରି ପ୍ରଧାନମନ୍ତ୍ରୀ ପଦରେ ରହି ଏକ ନୂଆ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ୪,୩୯୮ ଦିନର ରେକର୍ଡକୁ ଭାଙ୍ଗିଛନ୍ତି। ମୋଦି ପ୍ରଥମ ଥର ପାଇଁ ୨୬ ମେ ୨୦୧୪ରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ

ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଏଇ ଭାରତରେ

ଏବେ ଦେଶରେ ବର୍ଜ୍ୟ ପରିଚାଳନା ପାଇଁ ଅନେକ ବ୍ୟକ୍ତି ଓ ସଂସ୍ଥା ଚେଷ୍ଟା କରୁଛନ୍ତି। ଏହି କ୍ରମରେ ହରିୟାଣା ବୁଦ୍ଧ କଲେଜ ଫ୍ୟାଶନ ଛାତ୍ରୀଛାତ୍ରଙ୍କ ଉଦ୍ୟମ ପ୍ରଶଂସନୀୟ।…

ପୁରସ୍କାର ପସରା

ବୁଲାବିକାଳି ତା’ ପସରା ଧରି ନିତିଦିନିଆ ବେପାର କରେ ଗାଁ ଗାଁ ବୁଲି। ଯାହା ବିକ୍ରିବଟା ହୁଏ, ସେଥିରେ ଚଳେ। ପରିବାର ସଦସ୍ୟଙ୍କ ପେଟ ପୋଷେ। ବୁଲାବିକାଳିର…

ଆମେରିକା ଗସ୍ତ କରିବେ ସି ଜିନପିଙ୍ଗ, ଚାଇନା ସମ୍ପର୍କରେ ଟ୍ରମ୍ପ କାହିଁକି ନିଜ ନିଷ୍ପତ୍ତି ବଦଳାଇଲେ? ଜାଣନ୍ତୁ…

ଓ୍ବାଶିଂଟନ,୨୧।୯: ଏପରି ଏକ ସମୟ ଥିଲା ଯେତେବେଳେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନା ନାମ ନ ନେଇ ଆମେରିକୀୟ ଅର୍ଥନୀତି ଉପରେ ଆଲୋଚନା କରୁ ନଥିଲେ।…

ନିଃସନ୍ତାନ କର ଭଗବାନ

ମୋଟେ ସହଜ ନୁହେଁ ଭଗବାନଙ୍କୁ ଏମିତି ବର ମାଗିବା! ଶିଶୁ ସନ୍ତାନର ଓଠରୁ ଝରି ପଡୁଥିବା ‘ବାପା’ ଡାକ ଶୁଣିବାରେ ପିତୃତ୍ୱ ଯେମିତି ଅନିର୍ବଚନୀୟ ଉଲ୍ଲାସରେ ଜଡ଼ସଡ଼…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?