Posted inଜାତୀୟ

ମୋଦିଙ୍କ ସୁରକ୍ଷାରେ ତ୍ରୁଟି ମାମଲା: ପଞ୍ଜାବର ୯ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୪।୩: ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ସୁରକ୍ଷାରେ ଏକ ବଡ଼ ଧରଣର ତ୍ରୁଟି ଦେଖାଦେଇଥିଲା। ଏହି ମାମଲାରେ ବର୍ତ୍ତମାନ ୯ଜଣ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିସ୍ତୃତ ଯାଞ୍ଚ ପରେ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ଗତ ବର୍ଷ ପଞ୍ଜାବ ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଚାର ପାଇଁ ଯାଇଥିଲେ। ସେତେବେଳେ କୃଷକମାନେ ତାଙ୍କ କାରକେଡ୍‌କୁ ରାସ୍ତା ମଝିରେ ଅଟକାଇ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା କ୍ଷେତ୍ରରେ ଏହା ଏକ ପ୍ରମୁଖ ତ୍ରୁଟି ବୋଲି କୁହାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ କାରକେଡ ପ୍ରାୟ ୨୦ ମିନିଟ ଧରି ଫସି ରହିଥିଲା। ତତ୍କାଳୀନ ଚନ୍ନି ସରକାର ଦାବି କରିଥିଲେ ଯେ, ଶେଷ ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀଙ୍କ ମାର୍ଗ ବଦଳାଯାଇଥିଲା। ଅନ୍ୟପଟେ ଭାଜପା କଂଗ୍ରେସ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଥିଲା। ବର୍ତ୍ତମାନ ସମାନ ମାମଲାରେ ୯ଜଣ ପୋଲିସ କର୍ମଚାରୀଙ୍କୁ ଦଣ୍ଡ ଦିଆଯାଇଛି। ତତ୍କାଳୀନ ମୁଖ୍ୟ ଶାସନ ସଚିବ ଅନିରୁଦ୍ଧ ତିୱାରୀ, ପଞ୍ଜାବର ଡିଜିପି ଏସ୍‌ ଚଟ୍ଟୋପାଧ୍ୟାୟ, ଏସ୍‌ଏସ୍‌ପି ହରମନଦୀପ ସିଂ, ତତ୍କାଳୀନ ଡେପୁଟି ଆଇଜି ସୁରଜିତ ସିଂ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସୂଚନା ମୁତାବକ, ଅବସରପ୍ରାପ୍ତ ଜଷ୍ଟିସ ଇନ୍ଦୁ ମାଲହୋତ୍ରାଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ୫ଜଣ ସଦସ୍ୟଙ୍କ ଏକ କମିଟି ଗଠନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ପୁଣି PM ମୋଦିଙ୍କ ଆଗରେ ବଡ଼ ଦାବି ରଖିଲେ ଅଭିଜିତ ଦୀପକେ: ୧୫ ଅଗଷ୍ଟରେ Gen Z ଙ୍କ ପାଇଁ…

ନୂଆଦିଲ୍ଲୀ, ୭।୮: ଜନ୍ତର ମନ୍ତରରେ ପ୍ରତିବାଦ କରିବା ପରେ ବର୍ତ୍ତମାନ କକରୋଚ ଜନତା ପାର୍ଟି (CJP) ନୂଆ ପ୍ରସଙ୍ଗଗୁଡ଼ିକୁ ନେଇ ଆଲୋଚନା କରୁଛି। ସିଜେପିର କୋର୍‌ ଟିମ୍‌ର…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri