Posted inଜାତୀୟ

ଜି-୨୦ ସମ୍ମିଳନୀ: ଆଫଗାନିସ୍ତାନ ସଙ୍କଟକୁ ନେଇ ହେବ ବୌଠକ, ମୋଦି କରିବେ ସମ୍ବୋଧିତ

ନୂଆଦିଲ୍ଲୀ,୧୨ ।୧୦: ଆଫଗାନିସ୍ତାନ ଉପରେ ତାଲିବାନ ନିୟନ୍ତ୍ରଣକୁ ପାଖାପାଖି ୨ ମାସ ପୁରଣ ହେବାକୁ ଯାଉଛି । ଆମେରିକା ସେନାଙ୍କ ପ୍ରତ୍ୟାବର୍ତ୍ତନ, ଆଫଗାନବାସୀଙ୍କ ଦେଶ ଛାଡିବା ମଧ୍ୟରେ ତାଲିବାନ ଶେଷରେ କାବୁଲର ଚାବିକାଠିକୁ ନିଜ ହାତକୁ ନେଇଯାଇଛି । ଏକିତିରେ ଆଫଗାନିସ୍ତାନକୁ ମାନବୀୟ ସଙ୍କଟରୁ ବଞ୍ଚାଇବାକୁ ଭାରତ ସମେତ ଜି-୨୦ ସମୂହ ଦେଶର ନେତା ଅକ୍ଟୋବର ୧୨ରେ ଏକ ବୈଠକରେ ଏକାଠି ହେବାକୁ ଯାଉଛନ୍ତି । ଆମେରିକା, ଚାଇନା, ଫ୍ରାନ୍ସ, ଜାପାନ, ଭାରତ, ଅଷ୍ଟ୍ରେଲିଆ, ଜର୍ମାନୀ ଭଳି ବିଶ୍ୱର ଅର୍ଥବ୍ୟବସ୍ଥା ସମ୍ପନ୍ନ ଦେଶ ଇଟାଲିର ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଯୋଗଦେବେ । ଚଳିତ ମାସ ଶେଷରେ ରୋମରେ ହେବାକୁ ଯାଉଥିବା ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ବିଶ୍ୱର ୮୦ ପ୍ରତିଶତ ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରୁଥିବା ଦେଶ ଭର୍ଚୁଆଲ ବୈଠକରେ ଯୋଗଦେବେ । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବି ସମ୍ବୋଧିକ କରିବେ । ବିଶେଷ କରି ଆଫଗାନିସ୍ତାନ ସଙ୍କଟକୁ ନେଇ ଏହି ବୈଠକ ଡକାଯାଇଛି । ଏହି ବୈଠକର ଆଫଗାନ ଲୋକଙ୍କ ପାଇଁ ସହାନୁଭୁତି ଓ ସହଯୋଗକୁ ନେଇ ଆଲୋଚନା କରାଯିବାକୁ ଥିବା ବେଳେ ତାଲିବାନ ସଂଖ୍ୟାଲଘୁ ଓ ମହିଳାଙ୍କ ଉପରେ ଅତ୍ୟାଚାର ନ କରିବା ଉପରେ ଗୁରୁତ୍ୱ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri