Narendra Modi: ଚେତାବନୀ ଦେଲେ ମୋଦି, ମାଟିରେ ମିଶେଇଦେବୁ…

ନୂଆଦିଲ୍ଲୀ,୨୪।୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରରେ ପହଞ୍ଚିଛନ୍ତି। ଆଜି ସେ ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମଧୁବଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ପହଲଗାମ ଆକ୍ରମଣ ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଗସ୍ତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମେ ପହଲଗାମରେ ମୃତକଙ୍କୁ ହାତଯୋଡି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ତା’ପରେ ତାଙ୍କ ଭାଷଣ ଆରମ୍ଭ କରିଥିଲେ।

ମୋଦି ଗୁରୁବାର ବିହାର ମାଟିରୁ ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ମଧୁବାଣୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଆତଙ୍କବାଦୀମାନେ କଳ୍ପନା କରି ନ ଥିବେ ଏପରି ବଡ଼ ଦଣ୍ଡ ପାଇବେ। ସେମାନଙ୍କୁ ମାଟିରେ ପୋତି ଦେବାର ସମୟ ଆସିଛି।

ଆତଙ୍କବାଦୀମାନେ ଏପ୍ରିଲ ୨୨ରେ ର୍ନିଦ୍ଦୋଷ ଏବଂ ନିରସ୍ତ୍ର ଲୋକଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ଏଥିପାଇଁ ଦେଶ ଦୁଃଖିତ। ସମଗ୍ର ଦେଶ ମୃତକଙ୍କ ପରିବାର ସହିତ ଛିଡ଼ା ହୋଇଛି। ଆହତମାନଙ୍କର ଚିକିତ୍ସା ଚାଲିଛି। ସରକାର ସେମାନଙ୍କର ପୂରା ଯତ୍ନ ନେଉଛନ୍ତି। ଏହି ଆକ୍ରମଣରେ କେହି ତାଙ୍କ ପୁଅକୁ ହରାଇଛନ୍ତି, କେହି ତାଙ୍କ ଭାଇକୁ ହରାଇଛନ୍ତି, କେହି ତାଙ୍କ ଜୀବନସାଥୀଙ୍କୁ ହରାଇଛନ୍ତି। ସେମାନଙ୍କ ମଧ୍ୟରୁ କେତେକ ବଙ୍ଗାଳୀ କହୁଥିଲେ, କେତେକ ତାମିଲ କହୁଥିଲେ, ଆମର ଦୁଃଖ ସମସ୍ତଙ୍କ ପାଇଁ ସମାନ। ଆମର କ୍ରୋଧ ସମାନ। ଏହି ଆକ୍ରମଣ ପର୍ଯ୍ୟଟକଙ୍କ ଉପରେ ନୁହେଁ, ଏହା ଭାରତର ଆତ୍ମା ଉପରେ। ଯିଏ ବି ଏହି ଆକ୍ରମଣ କରିଛି, ସେହି ଆତଙ୍କବାଦୀମାନେ କଳ୍ପନାଠାରୁ ମଧ୍ୟ ବଡ଼ ଦଣ୍ଡ ପାଇବେ। ଆତଙ୍କବାଦୀଙ୍କୁ ସମ୍ପୂର୍ଣ୍ଣ ନିପାତ କରିବାର ସମୟ ଆସିଯାଇଛି। ୧୪୦ କୋଟି ଭାରତୀୟଙ୍କ ଇଚ୍ଛାଶକ୍ତି ଆତଙ୍କବାଦୀଙ୍କ ମେରୁଦଣ୍ଡ ଭାଙ୍ଗି ଦେବ। ତାଙ୍କୁ ପୂରା ମାଟିରେ ମିଶେଇଦେବୁ ବୋଲି ମୋଦି କହିଛନ୍ତି।

ମୋଦି କହିଛନ୍ତି , ଆତଙ୍କବାଦୀମାନଙ୍କୁ ଛଡ଼ାଯିବ ନାହିଁ। ନ୍ୟାୟ ସୁନିଶ୍ଚିତ କରିବା ପାଇଁ ଯଥାସମ୍ଭବ ପ୍ରୟାସ କରାଯିବ। ସାରା ଦେଶ ଏହି ସଂକଳ୍ପ ଉପରେ ଦୃଢ଼। ଭାରତ ପ୍ରତ୍ୟେକ ଆତଙ୍କବାଦୀ ଏବଂ ତାଙ୍କ ସମର୍ଥକଙ୍କୁ ଚିହ୍ନଟ କରିବ, ଠାବ କରିବ ଏବଂ ଦଣ୍ଡ ଦେବ। ଆତଙ୍କବାଦୀମାନଙ୍କୁ ଛଡ଼ାଯିବ ନାହିଁ। ମାନବତାରେ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି ଆମ ସହିତ ଅଛନ୍ତି। ଏହି କଷ୍ଟକର ସମୟରେ ଆମ ସହିତ ଠିଆ ହୋଇଥିବା ବିଭିନ୍ନ ଦେଶର ଲୋକଙ୍କୁ ଏବଂ ସେମାନଙ୍କର ନେତାମାନଙ୍କୁ ମୁଁ ଧନ୍ୟବାଦ ଜଣାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?