Posted inଜାତୀୟ

କୃଷକଙ୍କ ଆଗରେ ପୁଣି ମୁଣ୍ଡ ନୁଆଁଇଲେ ସରକାର: କୃଷିମନ୍ତ୍ରୀ କହିଲେ ନଡା ଜଳାଇବା ଅପରାଧ ନୁହେଁ

ନୂଆଦିଲ୍ଲୀ,୨୭ ।୧୧: ଦେଶରେ ଏବେ ନଡା ଜଳାଇବା ଅପରାଧ ନୁହେଁ । ଏହି ଘୋଷଣା କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଶନିବାର କରିଛନ୍ତି । ସେ କହିଛନ୍ତି କୃଷକ ସଙ୍ଗଠନର ମୁଖ୍ୟ ଦାବି ଥିଲା ନଡା ଜଳାଇବାକୁ ଅପରାଧ ଶ୍ରେଣୀରୁ ବାହାର କରାଯାଉ । ସେଥିପାଇଁ ଏବେ କୃଷକଙ୍କ ଦାବିକୁ ସରକାର ମାନି ନେଇଛନ୍ତି । ଏହାସହ ତୋମାର କହିଛନ୍ତି ୩ ନୂଆ କୃଷି ଆଇନ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ତେଣୁ କୃଷକ ଆନ୍ଦୋଳନର କୌଣସି ଉଚିତ କାରଣ ନାହିଁ । କୃଷକମାନେ ବଡ ହୃଦୟର ପରିଚୟ ଦିଅନ୍ତୁ ଓ ପ୍ରଧାନମନ୍ତ୍ରୀଙ୍କ କଥାକୁ ସମ୍ମାନ ଦେଇ ନିଜ ନିଜ ଘରକୁ ଚାଲିଯିବାକୁ କୃଷିମନ୍ତ୍ରୀ କହିଛନ୍ତି ।
ସୂଚାଯୋଗ୍ୟ, କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି ସଂସଦର ଶୀତକାଳୀନ ଅଧିବେଶନ ୨୯ ନଭେମ୍ବରରୁ ଆରମ୍ଭ ହେଉଥିବା ବେଳେ ପ୍ରଥମ ଦିନ ହିଁ ୩ କୃଷି ଆଇନ ପ୍ରତ୍ୟାହାରକୁ ନେଇ ବିଧେୟକକୁ ସୂଚିବଦ୍ଧ କରାଯିବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ୩ କୃଷି ଆଇନକୁ ପ୍ରତ୍ୟାହାର କରିନେବା ଘୋଷଣା ପରେ ମୋଦି କ୍ୟାବିନେଟ ବି ଏହି ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri